ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠପଢ଼ା

ଗୋପ,୫।୨(ଡି.ଏନ୍‌.ଏ): ଗୋପ ବ୍ଲକରେ ଅନେକ ଅଙ୍ଗନଓ୍ବାଡି କେନ୍ଦ୍ର ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଇତିମଧ୍ୟରେ ଧାର୍ଯ୍ୟ ସମୟସୀମା ଶେଷ ହୋଇଯାଇଥିଲେ ସୁଦ୍ଧା ଅନେକ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଫଳରେ କୋମଳମତି ଶିଶୁମାନେ ବିପଦସଙ୍କୁଳ ଗୃହରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ଏ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ୨୨୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ଲାଗି ପ୍ରଶାସନ ପକ୍ଷରୁ ଅନୁମୋଦନ ମିଳିଥିଲା। ପ୍ରତ୍ୟେକ କେନ୍ଦ୍ର ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ବ୍ୟୟ ଅଟକଳ ପରେ ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର ହୋଇଥିଲା। ଏହାପରେ ବିଭିନ୍ନ ପଞ୍ଚାୟତରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇଥିଲା। ତେବେ ଏପର୍ଯ୍ୟନ୍ତ ୧୧୬ଟି କେନ୍ଦ୍ର ନିର୍ମାଣ ସରିଛି। ୮ଟି କେନ୍ଦ୍ର ମଧ୍ୟରୁ କେତୋଟି ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଥିବାବେଳେ ଆଉ କେତୋଟିର କାମ ଆଦୌ ଆରମ୍ଭ ହୋଇନାହିଁ। ଏଥିଯୋଗୁ ସମ୍ପୃକ୍ତ କେନ୍ଦ୍ରର ଶିଶୁମାନେ ଭଙ୍ଗାଘରେ, ଅଙ୍ଗନଓ୍ବାଡ଼ିକର୍ମୀଙ୍କ ଘରବାରଣ୍ଡାରେ କିମ୍ବା ପଲିଥିନ୍‌ ତଳେ ପାଠ ପଢୁଥିବା ଦେଖିବାକୁ ମିଳିଛି। ଏ ନେଇ ସମ୍ପୃକ୍ତ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିବା ସହ ବ୍ଲକ ପ୍ରଶାସନର ଦାୟିତ୍ୱହୀନତାକୁ ଦୋଷ ଦେଇଛନ୍ତି।

ଗତ ୨୦ ତାରିଖରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୀତିରଞ୍ଜନ ସେନ ଯୋଗଦେଇ ଜାନୁୟାରୀ ୩୧ ସୁଦ୍ଧା କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ତାହା ପାଣିର ଗାର ପାଲଟିଛି। ସମନ୍ବିତ ମହିଳା ଶିଶୁ ବିକାଶ ଓ ବ୍ଲକ କାର୍ଯ୍ୟାଳୟ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ସାଧାରଣରେ ଆଲୋଚନା ହେଉଛି। ଏ ସମ୍ପର୍କରେ ପ୍ରକଳ୍ପ ନିର୍ଦ୍ଦେଶକ ସେନଙ୍କୁ ପଚାରିବାରେ କହିଛନ୍ତି, ତୁରନ୍ତ ସମ୍ପୃକ୍ତ କେନ୍ଦ୍ରଗୁଡ଼ିକର ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲି। କିନ୍ତୁ ଏପର୍ଯ୍ୟନ୍ତ ତାହା ହୋଇପାରି ନ ଥିବା ଜାଣିବାକୁ ପାଇଛି। ତେଣୁ ଏ ଦିଗରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri