ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ ସେଣ୍ଟର ମଧ୍ୟରେ ସଟର ବନ୍ଦ କରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯାଉଥିଲା। ଖବରପାଇଁ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଠିତ ଏକ ସ୍କ୍ବାର୍ଡ ପହଞ୍ଚି କୋଚିଂ ସେଣ୍ଟରକୁ ସିଲ କରିଥିବା ଜଣାପଡିଛି ା
ସୂଚନା ଅନୁଯାୟୀ, ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସନ୍ତା ଜୁନ ୩୦ ପର୍ଯ୍ୟନ୍ତ ସମଗ୍ର ଜିଲାକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ ବେଖାତିର କରି ଗଜପତି ନଗର ଛକରେ ଥିବା ଏକ ଘରୋଇ କୋଚିଂ ସେଣ୍ଟର ବାହାରୁ ସଟର ବନ୍ଦ କରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରି ଅସୁଥିଲା ା ଗୁରୁବାର ଏନେଇ ଖବର ମିଳିବା ପରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଠିତ ଏକ ସ୍କ୍ବାର୍ଡ ଦଳ କୋଚିଂ ସେଣ୍ଟର ଉପରେ ଚଢାଉ କରିଥିଲେ। ଚଢାଉବେଳେ ବନ୍ଦ କୋଚିଂ ସେଣ୍ଟର ମଧ୍ୟରେ ପ୍ରାୟ ୨୦ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ଦେଖିବାକୁ ମିଳିଥିଲା। ଏହାପରେ ଲକ୍‌ ଡାଉନ ନିୟମାବଳୀ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନିକ ଅଧିକାରୀମାନେ ଉକ୍ତ କୋଚିଂ ସେଣ୍ଟରକୁ ସମ୍ପୂର୍ଣ୍ଣ ସିଲ କରିଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri