‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ରାଜ ଅତିଥିଭାବେ ଯୋଗଦାନ କରିଥିଲେ। ରାଜ ଦରବାରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଧନୁଯାତ୍ରା ସମାଜକୁ ନୈତିକ ମୂଲ୍ୟବୋଧର ବାର୍ତ୍ତା ଦେଉଛି ଏବଂ ଏହି ମହୋତ୍ସବକୁ ଆନ୍ତର୍ଜାତୀକ ସ୍ତରକୁ ନେବା ପାଇଁ ସରକାର ଉଦ୍ୟମ କରୁଛନ୍ତି ବୋଲି କଂସ ମହାରାଜଙ୍କ ସମ୍ମୁଖରେ କହିଥିଲେ। ମହାରାଜ କଂସ ସେଥିରେ ଖୁସିବ୍ୟକ୍ତ କରିଥିଲେ ଏବଂ ବରଗଡ଼ ଧନୁଯାତ୍ରାକୁ ସାରାଦେଶର ପାଠ୍ୟପୁସ୍ତକରେ ସ୍ଥାନିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କୁ ଆଦେଶ ଦେଇଥିଲେ।

ସେହିପରି ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଥିଲେ, ନ୍ୟାଶନାଲ ସ୍କୁଲ ଅଫ ଡ୍ରାମାର ଏକ ଟିମ୍‌ ମଥୁରାନଗରୀରେ ଉପସ୍ଥିତ ରହି ଧନୁଯାତ୍ରାର ପ୍ରାମାଣିକ ଚଳଚ୍ଚିତ୍ର ପ୍ରସ୍ତୁତି କାର୍ଯ୍ୟ କରୁଛନ୍ତି। ରାଜ୍ୟର ସବୁଜିଲାରେ ଧନୁଯାତ୍ରା ମହୋତ୍ସବର ଲାଇଭ୍‌ ଟେଲିକାଷ୍ଟ ହେଉଛି। ଅନ୍ୟପଟେ ମହାରାଜ କଂସ ମଥୁରାନଗରୀର ଆହୁରି ୧ଲକ୍ଷ କଳାକାରଙ୍କୁ ଭତ୍ତା ପ୍ରଦାନ ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କୁ ଆଦେଶ କରିଥିଲେ। ସେହିପରି କାହିଁକି ଏପର୍ଯ୍ୟନ୍ତ ମଥୁରା ରାଜ୍ୟର ଲୋକେ ପାନୀୟ ଜଳାଭାବର ସମ୍ମୁଖୀନ ହେଉଛନ୍ତି ବୋଲି କଂସ ମହାରାଜ ମନ୍ତ୍ରୀ ନାଏକଙ୍କୁ ପ୍ରଶ୍ନ କରିଥିଲେ।

ପରୋକ୍ଷରେ ପୂର୍ବ ସରକାର ଉପରେ ମନ୍ତ୍ରୀ ନାଏକ ଏହାର ଦୋଷ ଲଦି ଥିବାବେଳେ ଆଗାମୀ ଦିନରେ ସବୁତଥ୍ୟ ମହାରାଜଙ୍କ ପାଖରେ ଉପସ୍ଥାପନ କରିବେ ବୋଲି କହିଥିଲେ। ସେହିପରି ଆସନ୍ତା ୨୦୨୬ ମସିହା ମାର୍ଚ୍ଚ ସୁଦ୍ଧା ପ୍ରତ୍ୟେକ ଘରକୁ ପାଣି ପହଞ୍ଚିବ ବୋଲି ମନ୍ତ୍ରୀ ନାଏକ ଉତ୍ତର ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ ପ୍ରମୁଖ ଦରବାରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri