ବ୍ରହ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା ହେଉ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲା ରୂପେ ଘୋଷଣା କରିବା ଦାବି ନେଇ ଶୁକ୍ରବାର ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ରାଜସ୍ବ ସଚିବଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। କମିଟି ପକ୍ଷରୁ କୋର୍ଟପେଟା ଛକଠାରୁ ଏକ ଶୋଭାଯାତ୍ରା ବାହାରି ଆର୍‌ଡିସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କମିଟି ପକ୍ଷରୁ କୁହାଯାଇଛି ଯେ, ୨୦୧୦ ଓ ଗତ ଅକ୍ଟୋବର ୨୪ ତାରିଖରେ ଉପରୋକ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଐତିହାସିକ ସହର ବ୍ରହ୍ମପୁର ୧୯୩୯ରୁ ଅବହେଳିତ ହୋଇ ଆସୁଛି। ବ୍ରହ୍ମପୁର ନୂତନ ଜିଲା ଗଠନ ହେଲେ ବହୁତ ଅନୁଦାନ ଆସିବା ସହ ରେଳ, ସଡକ ଓ ଜଳ ପଥ ଭଳି ଭିତ୍ତିଭୂମି ନିର୍ମାଣ ହେବ। ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଓ ପର୍ଯ୍ୟଟନର ବିକାଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ବ୍ରହ୍ମପୁର ଉପଖଣ୍ଡର ଲୋକସଂଖ୍ୟା ଓ ଭୌଗଳିକ ପରିସୀମା ବିଚାରକୁ ନେଲେ ଏହି ଉପଖଣ୍ଡ ଜିଲା ରୂପେ ମାନ୍ୟତା ପାଇବାକୁ ପ୍ରଥମ ଯୋଗ୍ୟତା ଅର୍ଜନ କରୁଛି। ଜିଲା ଘୋଷଣା ହେବା ଦ୍ୱାରା ପ୍ରଶାସନର ସୁଫଳତା, ଯୋଜନା ଓ ନ୍ୟାୟ ଜନସାଧରଣଙ୍କ ନିକଟରେ ପହଞ୍ଚିପାରିବ। ଏଣୁ ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି କମିଟି ପକ୍ଷରୁ ଦାବି କରାଯାଇଛି। ନଚେତ ଆଗାମୀ ଦିନରେ ଉଚ୍ଚ ନ୍ୟାୟଳୟର ଆଶ୍ରୟ ନେବା ସହ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି କମିଟି ଚେତାବନୀ ଦେଇଛି। ସ୍ମାରକପତ୍ର ପ୍ରଦାନ ସମୟରେ କମିଟିର ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ, ସଂପାଦକ ଡ.ଶିବ ପ୍ରସାଦ ମିଶ୍ର, ସଙ୍ଗଠନ ସମ୍ପାଦକ ଶ୍ରୀମନ୍ତ ପାଣିଗ୍ରାହୀଙ୍କ ସମେତ ଲାବଣ୍ୟ ପାତ୍ର, ସନ୍ତୋଷ ସାହୁ ଓ ସରିତା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri