ବ୍ରହ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା ହେଉ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲା ରୂପେ ଘୋଷଣା କରିବା ଦାବି ନେଇ ଶୁକ୍ରବାର ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ରାଜସ୍ବ ସଚିବଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। କମିଟି ପକ୍ଷରୁ କୋର୍ଟପେଟା ଛକଠାରୁ ଏକ ଶୋଭାଯାତ୍ରା ବାହାରି ଆର୍‌ଡିସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କମିଟି ପକ୍ଷରୁ କୁହାଯାଇଛି ଯେ, ୨୦୧୦ ଓ ଗତ ଅକ୍ଟୋବର ୨୪ ତାରିଖରେ ଉପରୋକ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଐତିହାସିକ ସହର ବ୍ରହ୍ମପୁର ୧୯୩୯ରୁ ଅବହେଳିତ ହୋଇ ଆସୁଛି। ବ୍ରହ୍ମପୁର ନୂତନ ଜିଲା ଗଠନ ହେଲେ ବହୁତ ଅନୁଦାନ ଆସିବା ସହ ରେଳ, ସଡକ ଓ ଜଳ ପଥ ଭଳି ଭିତ୍ତିଭୂମି ନିର୍ମାଣ ହେବ। ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଓ ପର୍ଯ୍ୟଟନର ବିକାଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ବ୍ରହ୍ମପୁର ଉପଖଣ୍ଡର ଲୋକସଂଖ୍ୟା ଓ ଭୌଗଳିକ ପରିସୀମା ବିଚାରକୁ ନେଲେ ଏହି ଉପଖଣ୍ଡ ଜିଲା ରୂପେ ମାନ୍ୟତା ପାଇବାକୁ ପ୍ରଥମ ଯୋଗ୍ୟତା ଅର୍ଜନ କରୁଛି। ଜିଲା ଘୋଷଣା ହେବା ଦ୍ୱାରା ପ୍ରଶାସନର ସୁଫଳତା, ଯୋଜନା ଓ ନ୍ୟାୟ ଜନସାଧରଣଙ୍କ ନିକଟରେ ପହଞ୍ଚିପାରିବ। ଏଣୁ ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି କମିଟି ପକ୍ଷରୁ ଦାବି କରାଯାଇଛି। ନଚେତ ଆଗାମୀ ଦିନରେ ଉଚ୍ଚ ନ୍ୟାୟଳୟର ଆଶ୍ରୟ ନେବା ସହ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି କମିଟି ଚେତାବନୀ ଦେଇଛି। ସ୍ମାରକପତ୍ର ପ୍ରଦାନ ସମୟରେ କମିଟିର ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ, ସଂପାଦକ ଡ.ଶିବ ପ୍ରସାଦ ମିଶ୍ର, ସଙ୍ଗଠନ ସମ୍ପାଦକ ଶ୍ରୀମନ୍ତ ପାଣିଗ୍ରାହୀଙ୍କ ସମେତ ଲାବଣ୍ୟ ପାତ୍ର, ସନ୍ତୋଷ ସାହୁ ଓ ସରିତା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?