‘ନୂଆ ଓଡ଼ିଶା ନିର୍ମାଣର ପ୍ରୟୋଗଶାଳା ହେଉ ଡ୍ରିମ୍‌ସ’

କଟକ(କାର୍ତ୍ତିକ ସାହୁ)/ମଙ୍ଗୁଳି ଜଗତପୁର(ମାନସ ସାମଲ),୧୪ା୧: ଆମ ଓଡ଼ିଶାକୁ କେହି ପଛରେ ପକେଇପାରିବେ ନାହିଁ। ଇଂଲିଶ ଭାଷା ଜରିଆରେ ବ୍ରିଟିଶମାନେ ଭାରତୀୟଙ୍କୁ କଳା ବ୍ରିଟିଶ କରି ଦେଇଗଲେ। ଓଡ଼ିଆ ଭାଷାରେ କଥା ହେବା ଉଚିତ୍‌। ଏଥିରୁ କେହି ପଛଘୁଞ୍ଚା ଦେବା କଥା ନୁହେଁ। ଇଂଲିଶ ଭାଷା ନ ଜାଣି ପଠାଣି ସାମନ୍ତ ବାଉଁଶ ନଳିରୁ ତାରା ନକ୍ଷତ୍ର ଗଣିଥିଲେ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ସ୍ଥାନୀୟ ଭାଷାରେ ପାଠ ପଢ଼ାଇବା ଉଚିତ୍‌। ଆଗାମୀ ଦିନରେ ଡ୍ରିମ୍ସ ବିଶ୍ୱବିଦ୍ୟାଳୟ ଡାକ୍ତର ଓ ଇଞ୍ଜିନିୟର ଓଡ଼ିଆ ଭାଷାରେ ତିଆରି କରୁ। ନୂଆ ଓଡ଼ିଶା ନିର୍ମାଣର ପ୍ରୟୋଗଶାଳା ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟ ହେଉ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
କଟକ ଜିଲା ଟାଙ୍ଗୀଠାରେ ଅବସ୍ଥିତ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗଦେଇ କହିଛନ୍ତି, ଓଡ଼ିଆ ଜାତିକୁ ଆଗକୁ ନେବାରେ ଏହି ବିଶ୍ୱବିଦ୍ୟାଳୟ ସହାୟକ ହେବ। ଡ୍ରିମ୍ସ ବିଶ୍ୱବିଦ୍ୟାଳୟର ଜଣେ ଓଡ଼ିଆ ଛାତ୍ରୀ ବ୍ରିଟିଶ ପେଟ୍ରୋଲିୟମରେ କାର୍ଯ୍ୟ କରୁଛନ୍ତି। ବିଶ୍ୱସ୍ତରର ଛାତ୍ରୀଛାତ୍ର ସୃଷ୍ଟି କରିବାର ସାମର୍ଥ୍ୟ ରଖୁଛି ଡ୍ରିମ୍ସ ବିଶ୍ୱବିଦ୍ୟାଳୟ।
ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ବିଶ୍ୱବିଦ୍ୟାଳୟର ସହ ଅଧ୍ୟକ୍ଷ ଇଂ. ଦୁର୍ଗାପ୍ରସାଦ ରଥ, କୁଳପତି ପ୍ରଫେସର ଡ. ପ୍ରକାଶ କୁମାର ହୋତା, ରେଜିଷ୍ଟ୍ରାର ଡ. ଭକ୍ତ ଚରଣ ପ୍ରଧାନ, ଡେପୁଟି ରେଜିଷ୍ଟ୍ରାର ଇଂ. ଶିଶିର କୁମାର ସାହୁ, ବୋର୍ଡ ଅଫ୍‌ ଗଭର୍ନର ସଦସ୍ୟ ବିଧାୟକ ଛବି ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ।
ଏହି ଅବସରରେ ଡ୍ରିମ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ବାଧୀନତା ସଂଗ୍ରାମୀ ପରିବାରର ଦାୟାଦ, ବିଶିଷ୍ଟ ଗାନ୍ଧିବାଦୀ, ସମାଜସେବା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ କୃଷ୍ଣା ମହାନ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା। ଏଥିସହିତ ୫୦୦ ଛାତ୍ରୀଛାତ୍ରଙ୍କୁ ଡିଗ୍ରୀ ପ୍ରମାଣପତ୍ର ଏବଂ ୧୦ ଜଣ ଟପ୍ପର ବିଦ୍ୟାର୍ଥୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri