ଭୁବନେଶ୍ୱର, ୧୮ା୬(ଅନୁରାଧା ମହାରଣା) ଗ୍ରୀଷ୍ମଛୁଟି ସରି ଆସୁଥିବାବେଳେ ଆସନ୍ତା ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ତେବେ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଦାବି ହୋଇଛି। ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ରାଜ୍ୟ ସରକାର ୧୯ ତାରିଖରେ ଖୋଲିବାକୁ ଥିବା ସ୍କୁଲର ଛୁଟି ଅବଧିକୁ ଦୁଇଦିନ ବୃଦ୍ଧି କରିଛନ୍ତି। ମାତ୍ର ଏବେ ଉପକୂଳଠାରୁ ଆରମ୍ଭ କରି ପଶ୍ଚିମାଞ୍ଚଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ରାଜ୍ୟର ଅଧିକାଂଶ ସ୍କୁଲ ଘର ଆଜବେଷ୍ଟସ୍ କିମ୍ବା ଏକ ମହଲା ଛାତବିଶିଷ୍ଟ। ବିଦ୍ୟାଳୟର ସମସ୍ତ ଶ୍ରେଣୀଗୃହରେ ବିଦ୍ୟୁତ୍ ସଂଯୋଗ ଓ ପଙ୍ଖାର ସୁବିଧା ନାହିଁ। ଯେଉଁଠି ଅଛି ଅଧା ଅଚଳ ଅବସ୍ଥାରେ ରହିଛି। ଜୁନ୍ର ଆର୍ଦ୍ରତାଯୁକ୍ତ ରୌଦ୍ରତାପ ଅସହ୍ୟ ହୋଇପଡ଼ିଛି। ଏଭଳି ସ୍ଥିତିରେ ଦିନ ୧୦ଟାରୁ ୪ଟା ପାଠପଢ଼ା ସମ୍ଭବ ନୁହେଁ। ଯେଉଁ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ପୋଷ୍ଟ ଅଫିସ୍ ଆଦି ଦିନବେଳେ ଚାଲୁଛି ସେଠାରେ କୁଲର, ଏସି, ଥଣ୍ଡା ପିଇବା ପାଣି ଆଦି ସୁବିଧା ଉପଲବ୍ଧ ଅଛି। କିନ୍ତୁ ବିଦ୍ୟାଳୟଗୁଡ଼ିକରେ ଏଭଳି ସୁବିଧା ନ ଥିବା ସତ୍ତ୍ୱେ ଶିକ୍ଷାଦାନ ନେଇ ଅଭିଭାବକ, ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି। ପିଲାଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷାକୁ ଦୃଷ୍ଟିରେ ରଖି ତାପମାତ୍ରା ହ୍ରାସ ନ ହେବା ପର୍ଯ୍ୟନ୍ତ ସ୍କୁଲ ସମୟକୁ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ କରାଯିବା ପାଇଁ ଓଷ୍ଟା ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ ଓ କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର ପ୍ରମୁଖ ସରକାରଙ୍କୁ ନିବେଦନ କରିଛନ୍ତି।
ଦମଦାର ବିଜୟ ସହ ସିଜିନ୍ ଆରମ୍ଭ କଲା ରାଜସ୍ଥାନ ରୟାଲ
ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…
ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…
ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…
ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ
ଭୁବନେଶ୍ୱର, ୩୦।୩: ଏମ୍ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…
ହଠାତ୍ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍: ଘଟଣାସ୍ଥଳରେ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…
ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…
ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…
ଭୁବନେଶ୍ୱର,୩୦।୩: ଭାଜପା ଏମ୍ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…
ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…
Archives

