ଗ୍ରୀଷ୍ମପ୍ରବାହ କମିବା ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେଉ

ଭୁବନେଶ୍ୱର, ୧୮ା୬(ଅନୁରାଧା ମହାରଣା) ଗ୍ରୀଷ୍ମଛୁଟି ସରି ଆସୁଥିବାବେଳେ ଆସନ୍ତା ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ତେବେ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଦାବି ହୋଇଛି। ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ରାଜ୍ୟ ସରକାର ୧୯ ତାରିଖରେ ଖୋଲିବାକୁ ଥିବା ସ୍କୁଲର ଛୁଟି ଅବଧିକୁ ଦୁଇଦିନ ବୃଦ୍ଧି କରିଛନ୍ତି। ମାତ୍ର ଏବେ ଉପକୂଳଠାରୁ ଆରମ୍ଭ କରି ପଶ୍ଚିମାଞ୍ଚଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ରାଜ୍ୟର ଅଧିକାଂଶ ସ୍କୁଲ ଘର ଆଜବେଷ୍ଟସ୍‌ କିମ୍ବା ଏକ ମହଲା ଛାତବିଶିଷ୍ଟ। ବିଦ୍ୟାଳୟର ସମସ୍ତ ଶ୍ରେଣୀଗୃହରେ ବିଦ୍ୟୁତ୍‌ ସଂଯୋଗ ଓ ପଙ୍ଖାର ସୁବିଧା ନାହିଁ। ଯେଉଁଠି ଅଛି ଅଧା ଅଚଳ ଅବସ୍ଥାରେ ରହିଛି। ଜୁନ୍‌ର ଆର୍ଦ୍ରତାଯୁକ୍ତ ରୌଦ୍ରତାପ ଅସହ୍ୟ ହୋଇପଡ଼ିଛି। ଏଭଳି ସ୍ଥିତିରେ ଦିନ ୧୦ଟାରୁ ୪ଟା ପାଠପଢ଼ା ସମ୍ଭବ ନୁହେଁ। ଯେଉଁ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ପୋଷ୍ଟ ଅଫିସ୍‌ ଆଦି ଦିନବେଳେ ଚାଲୁଛି ସେଠାରେ କୁଲର, ଏସି, ଥଣ୍ଡା ପିଇବା ପାଣି ଆଦି ସୁବିଧା ଉପଲବ୍ଧ ଅଛି। କିନ୍ତୁ ବିଦ୍ୟାଳୟଗୁଡ଼ିକରେ ଏଭଳି ସୁବିଧା ନ ଥିବା ସତ୍ତ୍ୱେ ଶିକ୍ଷାଦାନ ନେଇ ଅଭିଭାବକ, ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି। ପିଲାଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷାକୁ ଦୃଷ୍ଟିରେ ରଖି ତାପମାତ୍ରା ହ୍ରାସ ନ ହେବା ପର୍ଯ୍ୟନ୍ତ ସ୍କୁଲ ସମୟକୁ ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ କରାଯିବା ପାଇଁ ଓଷ୍ଟା ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ ଓ କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର ପ୍ରମୁଖ ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?