ଜେଲରୁ ଭିଡିଓ ଜାରି କଲେ ଲସ୍କର ନେତା ମକ୍କି, କହିଲେ ଅଲକାଏଦା ଅବା ଆଇଏସ ସହ ନାହିଁ କୌଣସି ସମ୍ପର୍କ

ଲାହୋର,୨୦ ।୧: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଏବା(ଏଲଟିଇ)ର ଉପ ନେତା ଅବଦୁଲ ରହମାନ ମକ୍କି ଗୁରୁବାର ଲାହୋରର କୋଟ ଲଖପତ ଜେଲରୁ ଏକ ଭିଡିଓ ଜାରି କରିଛନ୍ତି । ଏହି ଭିଡିଓରେ ମକ୍କି ଦାବି କରିଛନ୍ତି ଯେ ତାଙ୍କର ଅଲକାଏଦ ଅବା ଇସଲାମିକ ଷ୍ଟେଟ(ଆଇଏସ) ସହ କୌଣସି ସମ୍ପର୍କ ନାହିଁ ।
ସୂଚନାଯୋଗ୍ୟ, ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ଓ ଜମାତଉଦ-ଦାବା(ଜେୟୁଡି)ର ସଂସ୍ଥାପକ ହାଫିଜ ସଇଦଙ୍କ ଭିଣୋଇ ମକ୍କି ୨୬/୧୧ ଆକ୍ରମଣ ସମ୍ପର୍କରେ କିଛି କହିନାହାନ୍ତି, ଯେଉଁ ଆକ୍ରମଣରେ ୧୬୬ ଲୋକଙ୍କ ମୃତ୍ୟୁ ହୋଇଥିଲା । ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦା ୧୨୬୭ ଆଇଏସଆଇଏଲ(ଦାଏଶ) ଓ ଅଲକାଏଦା ପ୍ରତିବନ୍ଧ ସମିତି ସୋମବାର ୬୮ ବର୍ଷିୟ ମକ୍କିଙ୍କୁ ଅନ୍ତର୍ଜାତୀୟ ଆତଙ୍କବାଦୀ ତାଲିକାରେ ସାମିଲ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri