‘ମୋତେ ଏସ୍‌ପିଙ୍କୁ ଭେଟିବାକୁ ଦିଅ’

କେନ୍ଦୁଝର,୧୭ା୬(ସ୍ବ.ପ୍ର.): ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ ସମୟରେ ପୋଲିସ କାବୁ କରିଛି। ନିଜର ନାବାଳିକା ଝିଅକୁ ଅପହରଣ କରିନେଇଥିବା ଯୁବକଙ୍କୁ ଧରିବା ଏବଂ ଝିଅକୁ ଫେରାଇ ଆଣିବା ପାଇଁ ନିବେଦନ କରି ଆସୁଥିବା ସ୍ଥାନୀୟ ମଣ୍ଡୁଆ ଅଞ୍ଚଳର ଜଣେ ମହିଳା ଆଜି ଏସ୍‌ପିଙ୍କୁ ନ୍ୟାୟ ପାଇଁ ଭେଟିବାକୁ ଯାଇଥିବା ବେଳେ ପୋଲିସ ତାଙ୍କୁ ଅଟକାଇଥିଲା। ଫଳରେ କିଛି ସମୟ ପାଇଁ ଜିଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିଥିଲେ ହେଁ ଜାମିନରେ ଯାଇଥିବା ଅଭିଯୁକ୍ତ ପୁଣି ଥରେ ଅପହରଣ କରି ନେଇଥିବା  ଅଭିଯୋଗ ହୋଇଥିଲା। ଉଦ୍ଧାର କରିବାରେ ବିଳମ୍ବ ହେଉଥିବାରୁ ନାବାଳିକାଙ୍କ ମା’ ଏସ୍‌ପିଙ୍କୁ ଅଭିଯୋଗ କରିବାକୁ ଆଜି ଯାଇଥିଲେ। ଉକ୍ତ ଯୁବକ ମଧ୍ୟ ଟାଉନ ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। ପୋଲିସ ଆଗରୁ ଉକ୍ତ ଯୁବକଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରି ସୁଧାର ଗୃହରେ ରଖି ପରେ ପରିବାର ଲୋକେ ଘରକୁ ଆଣି ଆସିଥିଲେ। ଜାମିନରେ ଯାଇଥିବା ଅଭିଯୁକ୍ତ ପୁଣି ଥରେ ଉକ୍ତ ନାବାଳିକାଙ୍କୁ ଅପହରଣ କରି ନେଇଯାଇଥିବା ପରିବାର ଲୋକ ପୋଲିସର ଦାରସ୍ଥ ହୋଇଥିଲେ। ତେବେ ନାବାଳିକାଙ୍କୁ ଉଦ୍ଧାର ଓ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଳମ୍ବ ହେଉଥିବାରୁ ଏହାର ପ୍ରତିବାଦରେ ନାବାଳିକାଙ୍କ ମା’ ଏସ୍‌ପିଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ସମୟରେ ଏପରି ଅପ୍ରୀତିକରର ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri