Posted inଜାତୀୟ

ଲୋକ ସଭାରେ ହେଉ ଏନ୍‌ଇଇଟି ଆଲୋଚନା: ରାହୁଲ

ନୂଆଦିଲ୍ଲୀ,୩ା୭: ଲୋକ ସଭାରେ ବୁଧବାର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ସୁଯୋଗ ଦେବା ନିମନ୍ତେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି। ଜୁନ୍‌ ୨୮ ଏବଂ ଜୁଲାଇ ୧ରେ ଉଭୟ ଗୃହରେ ଏନ୍‌ଇଇଟି ଉପରେ ଆଲୋଚନା ପାଇଁ ବିରୋଧୀ ଅନୁରୋଧ କରିଥିଲେ ମଧ୍ୟ ସେମାନଙ୍କୁ ଅନୁମତି ଦିଆଯାଇ ନ ଥିଲା। ଏ ସମ୍ପର୍କରେ ବାଚସ୍ପତି ଓମ୍‌ ବିର୍ଲା ସରକାରଙ୍କ ସହ ଆଲୋଚନା କରି ଜଣାଇବେ ବୋଲି ବିରୋଧୀ ଦଳଗୁଡ଼ିକୁ ପ୍ରତିଶ୍ରୁତି ଦେଇଥିଲେ। ମଙ୍ଗଳବାର ରାହୁଲ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ଏନ୍‌ଇଇଟି ଆଲୋଚନା ପାଇଁ ସୁଯୋଗ ଦେବାକୁ କହିଛନ୍ତି। ଏହି ପ୍ରସଙ୍ଗ ଉପରେ ଗଠନମୂଳକ ଆଲୋଚନା କରି ସମାଧାନ ସୂତ୍ର ବାହାର କରିବା ଆମର ଲକ୍ଷ୍ୟ। ଦେଶର ପାଖାପାଖି ୨୪ ଲକ୍ଷ ଏନ୍‌ଇଇଟି ଆଶାୟୀଙ୍କ କଲ୍ୟାଣ କେବଳ ଆମର ଚିନ୍ତାର ବିଷୟ ବୋଲି ରାହୁଲ କହିଛନ୍ତି। ଏହି ପରୀକ୍ଷାରେ ଅନିୟମିତତା ଯୋଗୁ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଗଭୀର କ୍ଷତି ପହଞ୍ଚାଇଛି। ତେଣୁ ଏହା ଉପରେ ତୁରନ୍ତ ଦୃଷ୍ଟି ଦିଆଯିବା ଆବଶ୍ୟକ। ଗତ ୭ ବର୍ଷ ମଧ୍ୟରେ ଦେଶରେ ୭୦ରୁ ଅଧିକ ଥର ପ୍ରଶ୍ନପତ୍ର ପ୍ରଘଟ ଘଟଣା ଘଟିଲାଣି, ଯେଉଁଥିରେ ୨ କୋଟିରୁ ଅଧିକ ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନେ ଏହାର ସମାଧାନ ଚାହାନ୍ତି। ତେଣୁ ସେମାନଙ୍କ ଆସ୍ଥା ବଜାୟ ରଖିବା ପାଇଁ ପାର୍ଲାମେଣ୍ଟରେ ଏହା ଉପରେ ବିତର୍କ ପ୍ରଥମ ପଦକ୍ଷେପ ହେବ। ପ୍ରସଙ୍ଗର ଗୁରୁତ୍ୱ ଏବଂ ଜରୁରୀ ଆବଶ୍ୟକତା ଦୃଷ୍ଟିରୁ ବୁଧବାର ଗୃହରେ ଏହା ଉପରେ ଆଲୋଚନା ହେବା ପାଇଁ ସେ ଅନୁରୋଧ କରିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥରେ ଯଦି ପ୍ରଧାନମନ୍ତ୍ରୀ ଆଲୋଚନାର ନେତୃତ୍ୱ ନିଅନ୍ତି, ତେବେ ଭଲ ହେବ ବୋଲି ବିଶ୍ୱାସ କରୁଥିବା ରାହୁଲ କହିଛନ୍ତି।
ସୂଚନାଯୋଗ୍ୟ, ଚଳିତବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ମେ’ ୫ରେ ଅନୁଷ୍ଠିତ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ୨୪ ଲକ୍ଷ ଛାତ୍ରୀଛାତ୍ର ଭାଗ ନେଇଥିଲେ। ତେବେ ୬୮ ଜଣ ସମ୍ପୂର୍ଣ୍ଣ ଶତ ପ୍ରତିଶତ ନମ୍ବର ରଖି ର଼୍ୟାଙ୍କ୍‌ ଓ୍ବାନ୍‌ରେ ସ୍ଥାନ ପାଇବା ପରେ ଏଥିରେ ଅନିୟମିତତା ହୋଇଥିବା ଅଭିଯୋଗ ଆସିଥିଲା। ପରେ ବିହାର, ଗୁଜରାଟ ଓ ଅନ୍ୟ ରାଜ୍ୟରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଜଣାପଡ଼ିବା ପରେ ସିବିଆଇ ତଦନ୍ତ ଦାୟିତ୍ୱ ଗ୍ରହଣ କରିଛି। ପରୀକ୍ଷାକୁ ବାତିଲ କରି ପୁନର୍ବାର ଏନ୍‌ଇଇଟି-ୟୁଜି ପରୀକ୍ଷା କରାଇବା ସହ ଏନ୍‌ଟିଏର ଉଚ୍ଛେଦ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri