Posted inଜାତୀୟ

ପ୍ରତି ଘରେ ତ୍ରିରଙ୍ଗା ଗରିବଙ୍କ ଉପରେ ବୋଝ ନ ହେଉ, ବରୁଣ ଗାନ୍ଧୀଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ ନୀତି ଉପରେ ଆଘାତ କରିଛନ୍ତି। ଏଥର ଭାରତ ଗାନ୍ଧୀ ମୋଦି ସରକାରଙ୍କ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଦ୍ୱାରା ଗରିବଙ୍କ ପାଇଁ ହେଉଥିବା କ୍ଷତି ସମ୍ପର୍କରେ ଟୁଇଟ କରିଛନ୍ତି। ଏହି ଟୁଇଟରେ ବରୁଣ ଗାନ୍ଧୀ ଏଥର ଗରିବ ଲୋକଙ୍କ ପାଇଁ ସ୍ବର ଉତ୍ତୋଳନ କରୁଥିବା ଦେଖିବାକୁ ମିଳିଛି।

ବରୁଣ ଗାନ୍ଧୀ ତାଙ୍କ ଟୁଇଟରେ ଲେଖିଛନ୍ତି, ଯଦି ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ ଗରିବଙ୍କ ଉପରେ ବୋଝ ହୋଇଯାଏ ତେବେ ତାହା ଦୁର୍ଭାଗ୍ୟଜନକ ହେବ। ରାଶନ କାର୍ଡଧାରୀମାନଙ୍କୁ ତ୍ରି୍‌ରଙ୍ଗା କିଣିବାକୁ ବାଧ୍ୟ କରାଯାଉଛି। ଏହା ବାବଦରେ ତାଙ୍କ ରାଶନର ଅଂଶ କଟାଯାଉଛି। ପ୍ରତ୍ୟେକ ଭାରତୀୟଙ୍କ ହୃଦୟରେ ରହୁଥିବା ତ୍ରିରଙ୍ଗା ମୂଲ୍ୟ ଗରୀବଙ୍କ ମୁହଁରୁ ଖାଦ୍ୟ ଛଡ଼ାଇ ସଂଗ୍ରହ କରିବା ଲଜ୍ଜାଜନକ  ବୋଲି ସେ କହିଛନ୍ତି।

ବରୁଣ ଏହାର ୧ ମିନିଟ ୪୨ ସେକେଣ୍ଡର ଏକ ଭିଡ଼ିଓ ମଧ୍ୟ ଶେୟାର କରିଛନ୍ତି।ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଅନ୍ତର୍ଗତ ମୋଦି ସରକାର ୨୦ କୋଟି ଘରେ ତ୍ରିରଙ୍ଗା ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ଅଭିଯାନରେ ଭାଜପା ଶାସିତ ରାଜ୍ୟମାନେ ମଧ୍ୟ ନଗଦ ଟଙ୍କା ନେଉଛନ୍ତି। ଏହି ସମୟ ମଧ୍ୟରେ ହରିୟାଣାର ସୋସିଆଲ ମିଡିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି।

ଭିଡ଼ିଓରେ ଲୋକେ କହୁଛନ୍ତି ଯେ ସମସ୍ତ ରାଶନ କାର୍ଡଧାରୀମାନଙ୍କୁ ପତାକା ପାଇଁ ୨୦ ଟଙ୍କା ଦେବାକୁ ପଡୁଛି। ଯେଉଁମାନେ ପତାକା ନେଉ ନାହାନ୍ତି ସେମାନଙ୍କୁ ଅଗଷ୍ଟ ମାସ ପାଇଁ ଆସିଥିବା ରାଶନ ଦିଆଯିବ ନାହିଁ ବୋଲି କୁହାଯାଉଛି। ଏହି ଭିଡ଼ିଓ କେବଳ ହରିୟାଣାରେ ନୁହେଁ ସାରା ଦେଶରେ ପହଞ୍ଚିଛି। ଏହା ପରେ ବରୁଣ ଗାନ୍ଧୀ ଟୁଇଟ କରିଛନ୍ତି। ଭିଡିଓ ଲୋକମାନେ କହୁଛନ୍ତି ଯେ ଆମର ରାଶନ କିଣିବା ପାଇଁ ଟଙ୍କା ନାହିଁ ଏପରିସ୍ଥଳେ ତ୍ରିରଙ୍ଗା କିଣିବା ପାଇଁ କେଉଁଠାରୁ ଟଙ୍କା ପାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri