Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦି ଭଗବାନ ନୁହଁନ୍ତି: ଖାର୍ଗେ

ନୂଆଦିଲ୍ଲୀ,୧୦।୮: ମଣିପୁର ହିଂସାକୁ ନେଇ ସଂସଦରେ ତାତି କମିବାର ନାଁ ଧରୁନି। ୧୬୭ ଅଧୀନରେ ଆଲୋଚନା ପାଇଁ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ ଦାବି କରିଆସୁଛନ୍ତି। ଏହା ଉପରେ ଶାସକ ସଦସ୍ୟମାନେ ଆପତ୍ତି କରିବା ମାତ୍ରେ ଖାର୍ଗେ ରାଗିଯାଇଥିଲେ।
ମଲ୍ଲିକାର୍ଜୁନ ଖାର୍ଗେ ରାଜ୍ୟ ସଭାରେ ଗୃହର ନେତା ପୀୟୁଷ ଗୋୟଲଙ୍କୁ ଉତ୍ତର ଦେଉଥିଲେ। ଏହି ସମୟରେ ଖାର୍ଗେ କହିଥିଲେ, ନିୟମ ୧୬୭ ଅନୁଯାୟୀ ମଣିପୁର ହିଂସାକୁ ନେଇ ଆଲୋଚନା ହେଉ। ପ୍ରଧାନମନ୍ତ୍ରୀ ଆସନ୍ତୁ। ସେ ଏହା କହିବା ମାତ୍ରେ ଭାଜପା ସଦସ୍ୟମାନେ ହଟ୍ଟଗୋଳ କରିବା ଆରମ୍ଭ କରିଥିଲେ। ଏଥିରେ ବିରକ୍ତ ହୋଇ ପ୍ରଧାନମନ୍ତ୍ରୀ ଆସିଲେ କ’ଣ ହେବ? ସେ କ’ଣ ଭଗବାନ କି? ଏଟା ପାର୍ଲାମେଣ୍ଟ। ସେ ଭଗବାନ ନୁହଁନ୍ତି ବୋଲି ଖାର୍ଗେ କହିଥିଲେ।
ଏହାପୂର୍ବରୁ ଗୃହରେ ବିରୋଧୀ ତଥା ଶାସକ ଦଳର ସଦସ୍ୟମାନେ ପରସ୍ପରକୁ ଦାୟୀ କରି ମଣିପୁରର ପରିସ୍ଥିତି ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ମଣିପୁର ପ୍ରସଙ୍ଗ ନେଇ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ସଂସଦରେ ବକ୍ତବ୍ୟ ରଖୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri