ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ

ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ, ବୁଦ୍ଧିଜୀବୀ ଏବଂ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଏକାଠି ହୋଇଛନ୍ତି। ଏ ନେଇ ଶୁକ୍ରବାର ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ହୋଟେଲ ନାୟକ ପ୍ଲାଜାରେ ଆୟୋଜିତ ବୈଠକରେ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, ସାଧୁସନ୍ଥ, ସେବାୟତ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ। ସେମାନେ କହିଥିଲେ, ଦେଶ ବିଦେଶରେ ପୁରୀକୁ ଜଗନ୍ନାଥ ପୁରୀ ଭାବେ ପରିଚୟ ମିଳିଥାଏ। ପୂର୍ବରୁ ପୌରାଣିକ ତଥ୍ୟରେ ଏହା ଜଗନ୍ନାଥ ପୁରୀ ଭାବେ ପରିଚିତ ଥିଲା। ଜୟଦେବଙ୍କ ଗୀତଗୋବିନ୍ଦ ଠାରୁ ୧୮୨୩ ମସିହାର ସରକାରୀ କାଗଜପତ୍ରରେ ପୁରୀର ନାମ ଜଗନ୍ନାଥ ପୁରୀ ବୋଲି ଉଲ୍ଲେଖ ରହିଛି। ଭାରତବର୍ଷର ବିଭିନ୍ନ ଧାର୍ମିକ ସ୍ଥାନ ପୁରୀ ନଗରୀ ଯୁକ୍ତ। ଯେପରିକି ଦ୍ୱାରିକା, କାଞ୍ଚତ୍, ମାୟା ଓ ଅବନ୍ତୀ ପୁରୀ। ଏହି ଦୃଷ୍ଟିରୁ ପୁରୀ ନାମକୁ ପରିପୂର୍ଣ୍ଣତା ଓ ଆଧ୍ୟାତ୍ମିକତାଯୁକ୍ତ କରିବା ପାଇଁ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବା ଉଚିତ। ଏ ନେଇ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ପୁରୀ ଏମ୍‌ପି, ସମସ୍ତ ବିଧାୟକ ଓ ଜିଲାପାଳଙ୍କୁ ଦାବିପତ୍ର ଦିଆଯିବ। ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ନେଇ ଏକ କ୍ରିୟାନୁଷ୍ଠାନ କମିଟି ଗଠନ ହେବ ବୋଲି ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ସମ୍ପାଦକ ରାଜେଶ ମହାନ୍ତି କହିଛନ୍ତି। ବୈଠକରେ ଡ. ହରେକୃଷ୍ଣ ଶତପଥୀ, ପଣ୍ଡିତ ସୂର୍ଯ୍ୟନାରାୟଣ ରଥଶର୍ମା, ମହନ୍ତ ରାମକୃଷ୍ଣ ଦାସ, ଗବେଷକ ନରେଶ ଚନ୍ଦ୍ର ଦାଶ, ବଦ୍ରି ମିଶ୍ର, କୈଳାଶ ଚନ୍ଦ୍ର ଟିକାୟତରାୟ, ଚକ୍ରଧର ମହାପାତ୍ର, ହୋଟେଲ ହୋଲି ଡେ ରିସର୍ଟ ପରିଚାଳନା ନିର୍ଦ୍ଦେଶକ ରାଜକିଶୋର ପାତ୍ର, ନାୟକ ବିଚ୍‌ ରିସୋର୍ଟ ପରିଚାଳନା ନିର୍ଦ୍ଦେଶକ ଗିରିଶ ନାୟକ, ରାମଚରଣ ଦାସ, ଶ୍ୟାମପ୍ରକାଶ ସେନାପତି, କୃଷ୍ଣଚନ୍ଦ୍ର ରଥ, ବିପିନ ଦଳେଇ, ମନୋଜ ରଥ, ମଧୁସୂଦନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ପୁରୀର ନାମ ବଦଳାଯାଇ ଶ୍ରୀଜଗନ୍ନାଥ ଧାମ ପୁରୀ ଓ ରେଳ ଷ୍ଟେଶନ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ରେଳଷ୍ଟେଶନ ରଖାଯାଉ ବୋଲି ଶ୍ରୀଜଗନ୍ନାଥ ସେନା ଦାବି କରିଛି। ଏ ନେଇ ସେନା ପକ୍ଷରୁ ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ ପୁରୀ ଷ୍ଟେଶନ ସମ୍ମୁଖରେ ଧାରଣା ଦିଆଯିବା ସହ ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଷ୍ଟେଶନ ମ୍ୟାନେଜରଙ୍କୁ ଦାବିପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri