ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯାଉ

ପୁରୀ ଅଫିସ, ୭।୬:ଶ୍ରୀମନ୍ଦିର ୪ ଦ୍ୱାର ଭକ୍ତଙ୍କ ନିମନ୍ତେ ଖୋଲାଯିବା ସହ ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବାକୁ ଦାବି ହୋଇଛି। ଏ ନେଇ ପୁରୀ ଜିଲା ଯୁବ ଅଧିବକ୍ତା ମଞ୍ଚ ପକ୍ଷରୁ ମଙ୍ଗଳବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଉଦ୍ଦେଶ୍ୟରେ ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କୁ ଦାବିପତ୍ର ଦିଆଯାଇଛି। ଦାବିପତ୍ରରେ ଦର୍ଶାଯାଇଛି ଯେ, ସମ୍ପ୍ରତି କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ସମସ୍ତ ଭକ୍ତଙ୍କୁ ଛଡ଼ାଯାଉଛି। ଫଳରେ ସିଂହଦ୍ୱାରରେ ଭକ୍ତଙ୍କ ଲମ୍ବାଧାଡ଼ି ଲାଗିରହୁଛି। ଦର୍ଶନ ପାଇଁ ଭକ୍ତଙ୍କୁ ଡହ ଡହ ଖରାରେ ଶିଝିବାକୁ ପ୍ରଶାସନ ବାଧ୍ୟ କରୁଛି। ମୁଣ୍ଡଫଟା ଖରାରେ ଭକ୍ତଙ୍କ ପାଦ, ଦେହ ଶିଝିଯାଉଛି। ବିଶେଷକରି ରବିବାର ଓ ଛୁଟିଦିନରେ ଅନ୍ୟ ତିନିଦ୍ୱାର ବନ୍ଦ ଯୋଗୁ ପ୍ରବଳ ଭିଡ଼ ହେଉଛି। ଭକ୍ତମାନେ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଅସହ୍ୟ ଓ ମୁଣ୍ଡଫଟା ଖରାରେ ଅନେକ ସମୟରେ ଭକ୍ତମାନେ ଚେତାଶୂନ୍ୟ ହୋଇପଡୁଛନ୍ତି। ପୂର୍ବରୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରୁଥିଲେ। କିନ୍ତୁ କୋଭିଡ୍‌ କଟକଣା ପରଠାରୁ ବିଭିନ୍ନ ଆଳ ଦେଖାଇ ଶ୍ରୀମନ୍ଦିର ପ୍ରଶାସନ ଚାରିଦ୍ୱାରରେ ଭକ୍ତଙ୍କ ପ୍ରବେଶ ବନ୍ଦ କରିଛି। ସେହିପରି ପୂର୍ବରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ପୁରୀବାସୀଙ୍କୁ ଦର୍ଶନ ପାଇଁ ଛଡ଼ାଯାଉଥିଲା। କିନ୍ତୁ ଏବେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ ବନ୍ଦ କରିଦିଆଯାଇଛି। ମହାପ୍ରସାଦ ଆଣିବା ପାଇଁ ପୁରୀବାସୀଙ୍କୁ ଲମ୍ବାଧାଡ଼ିରେ ସିଂହଦ୍ୱାର ଦେଇ ଯିବାକୁ ପଡୁଛି ଯାହା ସମୟ ସାପେକ୍ଷ ଓ ଯନ୍ତ୍ରଣାଦାୟକ। ତେଣୁ ଭକ୍ତଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଚାରିଦ୍ୱାର ଖୋଲିବା ସହ ପୁରୀବାସୀଙ୍କୁ ପୂର୍ବ ପରି ପଶ୍ଚିମଦ୍ୱାର ପଟେ ଦର୍ଶନ ପାଇଁ ଛଡ଼ାଯାଉ ବୋଲି ମଞ୍ଚ ଦାବି କରିଛି। ଯଦି ପ୍ରଶାସନ ତୁରନ୍ତ କୌଣସି ପଦକ୍ଷେପ ନ ନିଏ ତେବେ ମଞ୍ଚ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯିବ ବୋଲି ସୂଚନା ଦିଆଯାଇଛି। ଦାବିପତ୍ର ପ୍ରଦାନ ବେଳେ ସଂଘର ଆବାହକ ଅନିଲ୍‌ କୁମାର ସାହୁ, ସୁରେଶ ମହାପାତ୍ର, କର୍ଣ୍ଣବୀର ମହାପାତ୍ର, ବିଚିତ୍ରାନନ୍ଦ ଦାଶ, ଶକ୍ତିଧର ବିଶୋଇ, ଉମାଶଙ୍କର ସାହୁ, ଅର୍ଜୁନ ସାହୁ, ପ୍ରତାପ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ରଥଯାତ୍ରା ପରେ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ପ୍ରତିଶ୍ରୁତି ଦେଇଥିବା ମଞ୍ଚ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?