Posted inଜାତୀୟ

କୃଷି ଆଇନ ରିପୋର୍ଟ ସାର୍ବଜନୀନ ହେଉ

ନୂଆଦିଲ୍ଲୀ, ୨୪।୧୧: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ କମିଟି ଦେଇଥିବା ରିପୋର୍ଟକୁ ତୁରନ୍ତ ସାର୍ବଜନୀନ କରାଯାଉ କିମ୍ବା ଏହାକୁ ପ୍ରକାଶ କ୍ଷମତା କମିଟିକୁ ଦିଆଯାଉ। କମିଟି ସଦସ୍ୟ ଅନିଲ ଘନଓ୍ବତ୍‌ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନାଙ୍କୁ ପତ୍ର ଲେଖି ଏହା ଜଣାଇଛନ୍ତି। ୩ କୃଷି ଆଇନ ପ୍ରତ୍ୟାହାର ହେବା ପରେ ମଧ୍ୟ କୃଷି କ୍ଷେତ୍ରରେ ସଂସ୍କାର ଜରୁରୀ ବୋଲି ଶେତ୍‌କରି ସଂଗଠନର ନେତା ଘନଓ୍ବତ୍‌ ଗଣମାଧ୍ୟମକୁ କହିଛନ୍ତି। ଏଥିପାଇଁ ସେ ଆଗାମୀ ଦୁଇମାସ ମଧ୍ୟରେ ଦିଲ୍ଲୀରେ ଲକ୍ଷେ ଚାଷୀଙ୍କୁ ନେଇ ସମାବେଶ କରିବେ ବୋଲି ସୂଚନା ଦେଇଛନ୍ତି। ସମସ୍ତ ଫସଲ କ୍ରୟ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)ରେ କ୍ରୟ କରିବା ଏବଂ ଏହା ଉପରେ ଆଇନଗତ ଗ୍ୟାରେଣ୍ଟି ଦେବା ଲାଗି ଆନ୍ଦୋଳନରତ ଚାଷୀ ଦାବି କରୁଛନ୍ତି। ତେବେ ଏହା ସମ୍ଭବ ନୁହେଁ ଏବଂ କାର୍ଯ୍ୟକାରୀ ଯୋଗ୍ୟ ନୁହେଁ ବୋଲି ଘନଓ୍ବତ୍‌ କହିଛନ୍ତି।
ସିଜେଆଇଙ୍କୁ ଲେଖିଥିବା ପତ୍ରରେ ଘନଓ୍ବତ୍‌ କହିଛନ୍ତି, କୃଷି ଆଇନର ଅନୁଧ୍ୟାନ କରି ରିପୋର୍ଟ ଦେବା ନିମନ୍ତେ ସୁପ୍ରିମକୋର୍ଟ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରିଥିଲେ। କମିଟିର ସୁପାରିସ ଜନସ୍ବାର୍ଥ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଉକ୍ତ ରିପୋର୍ଟକୁ ଅଧିକ ଦିନ ଅଟକାଇ ରଖିବା ଠିକ୍‌ ନୁହେଁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri