ଶିଶୁଙ୍କୁ ଚୁପ୍‌ ନ କରି କିଛି ସମୟ କାନ୍ଦିବାକୁ ଦିଅନ୍ତୁ, କାରଣ…

ଲଣ୍ଡନ: ଜନ୍ମରୁ ଦେଢ଼ ପର୍ଯ୍ୟନ୍ତ ଶିଶୁକୁ କିଛିସମୟ କାନ୍ଦିବାକୁ ଦିଅନ୍ତୁ। ଶିଶୁଟି କାନ୍ଦିବା ସଙ୍ଗେ ସଙ୍ଗେ ତା’ ନିକଟରେ ପହଞ୍ଚିଗଲେ ଏହାର ବିକାଶ ଉପରେ କୁପ୍ରଭାବ ପକାଇବ। ବ୍ରିଟେନ୍‌ର ଓ୍ବାର୍‌ଓ୍ବିକ୍‌ ୟୁନିଭର୍‌ସିଟିର ବୈଜ୍ଞାନିକମାନେ ଏକ ଗବେଷଣା କରି କହିଛନ୍ତି। ରିପୋର୍ଟ ଅନୁଯାୟୀ, ଜନ୍ମରୁ ଦେଢ଼ ବର୍ଷ ପର୍ଯ୍ୟନ୍ତ ଶିଶୁ କାନ୍ଦିଲେ ଏଥିରେ ବ୍ୟତିବ୍ୟସ୍ତ ନ ହୋଇ କିଛି ସମୟ କାନ୍ଦିବା ପାଇଁ ଛାଡ଼ିଦିଅନ୍ତୁ। କାରଣ ଏହା ଦ୍ୱାରା ପିଲାର ମାନସିକ, ଶାରୀରିକ କ୍ଷମତା ବୃଦ୍ଧି ପାଇବ। ଏହା ସହିତ ଧୀରେ ଧୀରେ ଅନୁଶାସନ ମଧ୍ୟ ଶିଖିଯିବ। ଅନୁସନ୍ଧାନ ସମୟରେ, ପିଲାମାନଙ୍କର ଲାଳନପାଳନ, କାନ୍ଦିବାର ବିଭିନ୍ନ ଉପାୟ ଏବଂ ମାତାପିତାଙ୍କ ଆଚରଣ ଅଧ୍ୟୟନ କରାଯାଇଥିଲା। ଅଧ୍ୟୟନର ମୁଖ୍ୟ ଅନୁସନ୍ଧାନକାରୀ ଡକ୍ଟର ଆୟଟନ ବିଲଗିନ୍‌ କହିଛନ୍ତି, ୩ରୁ ୧୮ମାସ ବୟସର ୭୦୦୦ରୁ ଅଧିକ ଶିଶୁଙ୍କ ମା’ଙ୍କ ଆଚରଣ ଉପରେ ନଜର ରଖାଯାଇଥିଲା। ସେମାନେ କେତେ ସମ୍ବେଦନଶୀଳ ଏବଂ ଶିଶୁ ଉପରେ ଏହାର ପ୍ରଭାବ ଦେଖିବାକୁ ଏହି ଅଧ୍ୟୟନ କରିଥିଲେ। ସମଗ୍ର ପ୍ରକ୍ରିୟାର ଭିଡିଓଗୁଡ଼ିକ ମଧ୍ୟ ରେକର୍ଡ କରାଯାଇଥିଲା ଏବଂ ଗଭୀର ଭାବରେ ଅଧ୍ୟୟନ କରାଯାଇ ଏହି ତଥ୍ୟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri