ବାଲେଶ୍ୱରରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ହେଉ

ବାଲେଶ୍ୱର ଅଫିସ,୨୯।୧: ବାଲେଶ୍ୱର ଜିଲାର କୃଷି ଓ କୃଷକଙ୍କ ସ୍ବାର୍ଥରକ୍ଷା ନିମନ୍ତେ କୃଷି ମହାବିଦ୍ୟାଳୟ ଓ ଗବେଷଣା କ୍ଷେତ୍ର ପ୍ରତିଷ୍ଠା ପାଇଁ ଦାବି ଜୋର ଧରିଛି। ଜିଲାବାସୀଙ୍କୁ ସଙ୍ଗଠିତ କରିବା ସକାଶେ ଗଠିତ କ୍ରିୟାନୁଷ୍ଠାନ ସମିତି ପକ୍ଷରୁ ରବିବାର ସହରର ଏଡିଏମ୍‌ ଛକ ନିକଟସ୍ଥ ଅଫିସ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସଦସ୍ୟ ଲୋକନାଥ ଆଚାର୍ଯ୍ୟ ଏଥିରେ ଅଧ୍ୟକ୍ଷତା କରିଥିଲେ।
ସମିତିର ଆବାହକ ଡ. କେଶବ ଚନ୍ଦ୍ର ପଣ୍ଡା ସମିତିର ସାଂଗଠନିକ ସ୍ଥିତି ଓ ଦାବି ଉପରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମର ସୂଚନା ଦେଇଥିଲେ। ଉପସ୍ଥିତ ସଦସ୍ୟମାନଙ୍କ ବିଶଦ ଆଲୋଚନା ପରେ ଆସନ୍ତା ମାସରେ କୃଷିମନ୍ତ୍ରୀଙ୍କୁ ସାକ୍ଷାତ କରି ଉତ୍ତର ଓଡ଼ିଶାର କୃଷି ଓ କୃଷକଙ୍କ ସ୍ବାର୍ଥରକ୍ଷା ନିମନ୍ତେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ କୃଷିମନ୍ତ୍ରୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରାଯିବା ବୋଲି ସ୍ଥିର କରାଯାଇଥିବା ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାର ୧୨ଟି ବ୍ଲକ୍‌ରେ ଗଠିତ କମିଟିକୁ ଅଧିକ ସୁଦୃଢ଼ କରିବା ଓ ସଭ୍ୟସଂଖ୍ୟା ବୃଦ୍ଧି ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯିବା ସହ ଆସନ୍ତା ମାର୍ଚ୍ଚ ୨୫ ତାରିଖରେ ସମିତିର ପ୍ରତିଷ୍ଠା ଦିବସ ଦିନ ପାଳନ ପାଇଁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri