ଦେଶକୁ ଭଲ ପାଇବାର ଭାବନା ଉଦ୍ରେକ ହେଉ: ବିଧାୟକ

ପାଟଣା,୧୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଶୁକ୍ରବାର ୭୯ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ମହାଆଡମ୍ବରରେ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ୩୩ଟି ପରେଡ୍‌ ଗ୍ରୁପରୁ ଅଭିବାଦନ ଗ୍ରହଣ କରିଛନ୍ତି। ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ କହିଛନ୍ତି ଆଜିର ଦିନ ଦେଶକୁ ଭଲ ପାଇବାର ଭାବନା ଉଦ୍ରେକ ହେଉ । ଭାରତ ବର୍ତ୍ତମାନ ବିଶ୍ୱର ଚତୁର୍ଥ ବୃହତ ଅର୍ଥନୈତିକ ବ୍ୟବସ୍ଥା। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ତହସିଲଦାର ତଥା ଭାରପ୍ରାପ୍ତ ବିଡିଓ ଅଶ୍ୱିନୀ କୁମାର ନାଏକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ, ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ ବ୍ଲକର କାର୍ଯ୍ୟରତ ୨ ବରିଷ୍ଠ ଖବର ଦାତା ନୃସିଂହନାଥ ସିଂହ ଓ ମହେଶ୍ୱର ପୃଷ୍ଟିଙ୍କୁ ବିଧାୟକ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ଉଦୀୟମାନ ସିନେ କଣ୍ଠଶିଳ୍ପୀ ଜସ୍ମିନ ରଣାଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ଛାତ୍ରୀଛାତ୍ରଙ୍କ ଦ୍ୱାରା ଦେଶପ୍ରେମ ସମ୍ବଳିତ ବିଭିନ୍ନ ନୃତ୍ୟ ଗୀତ ପରିବେଷଣ ହୋଇଥିଲା। କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥୀ ବେଜ, କମଳାକାନ୍ତ ପତି ପ୍ରମୁଖ ସଂଯୋଜନା କରିଥିବା ବେଳେ ପରେଡ୍‌କୁ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ, ଶାନ୍ତନୁ କୁମାର ସାହୁ ପରିଚାଳନା କରିଥିଲେ।
ପାଟଣା ବ୍ଲକରେ ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ତହସିଲରେ ତହସିଲଦାର ଅଶ୍ୱିନ କୁମାର ନାଏକ, ପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଧାୟକ ନାଏକ, ପାଟଣା ଥାନାରେ ଥାନାଧିକାରୀ ମାନସ କୁମାର ମହାକୁଡ଼, ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ, ରେଞ୍ଜ ଅଫିସରେ ରେଞ୍ଜର ବନବିହାରୀ ସର୍ଦ୍ଦାର, ତୁରୁମୁଙ୍ଗା ଥାନାରେ ଓ ପିଏସ୍‌ ସୌରଭ ରଞ୍ଜନ ପ୍ରଧାନ, ମୁକ୍ତି ତୀର୍ଥ କ୍ଲବ ସ୍ବାମ୍‌ରେ ସଭାପତି ଭାଗୀରଥି ଦାଶ, ସରସ୍ବତୀୀ ଶିଶୁ ବିଦ୍ୟାମନ୍ଦିର ପରିଚାଳନା କମିଟି ସଭାପତି ବ୍ରଜେନ୍ଦ୍ର କୁମାର ପତି, ଜି.ଏନ୍‌ ହାଇସ୍କୁଲରେ ବିଇଓ ଅମାତ, ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ହରେକୃଷ୍ଣ ମହାନ୍ତ, ସମବାୟ ବ୍ୟାଙ୍କରେ ଅବସରପ୍ରାପ୍ତ ତହସିଲଦାର ଯତୀନ୍ଦ୍ର କୁମାର ସେଠୀ ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ଓ ଶିଳ୍ପ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri