ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳର ମେଧାବୀ ଛାତ୍ରୀଛାତ୍ରମାନେ ଏହାଦ୍ୱାରା ଉପକୃତ ହେଉଛନ୍ତି। ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟଗୁଡ଼ିକ ଏକ ରୋଲ ମଡେଲ ହେଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ରବିବାର ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ସ୍ବାଗତ କରି କହିଛନ୍ତି, ଜାତୀୟସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟଗୁଡ଼ିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟ ଗୁଡ଼ିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏଥିରେ ପିଲାଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା, ଯୋଗ, କ୍ରୀଡ଼ା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା, ଜାତୀୟ, ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା, ସ୍କୁଲ ସମୟରୁ ଦକ୍ଷତାର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟକୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଭଦ୍ରକ ଜିଲା ସ୍କୁଲର ସହକାରୀ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି. ସ୍କୁଲର ପ୍ରଧାନ ଶିକ୍ଷକ ଅଜିତ କୁମାର ସେଠୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଅଭିନନ୍ଦନ ଜଣାଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସମୀର ଦାଶ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ପରିଚାଳନା କରିଛନ୍ତି। ନବନିଯୁକ୍ତ ଅଧ୍ୟକ୍ଷ ଓ ଶିକ୍ଷକମାନଙ୍କ ସହ ଆଲୋଚନା କରି ପାଣ୍ଡିଆନ ସେମାନଙ୍କୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ଏ ଲକ୍ଷ୍ୟ ପୂରଣ ପାଇଁ କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଯୋଗଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଛନ୍ତି। ନିଯୁକ୍ତିପତ୍ର ମିଳିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୧୫୬ ଜଣ ଶିକ୍ଷୟିତ୍ରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri