ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍‌ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳର ମେଧାବୀ ଛାତ୍ରୀଛାତ୍ରମାନେ ଏହାଦ୍ୱାରା ଉପକୃତ ହେଉଛନ୍ତି। ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟଗୁଡ଼ିକ ଏକ ରୋଲ ମଡେଲ ହେଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ରବିବାର ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ସ୍ବାଗତ କରି କହିଛନ୍ତି, ଜାତୀୟସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟଗୁଡ଼ିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟ ଗୁଡ଼ିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଛନ୍ତି। ଏଥିରେ ପିଲାଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା, ଯୋଗ, କ୍ରୀଡ଼ା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା, ଜାତୀୟ, ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା, ସ୍କୁଲ ସମୟରୁ ଦକ୍ଷତାର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହାବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟକୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଭଦ୍ରକ ଜିଲା ସ୍କୁଲର ସହକାରୀ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି. ସ୍କୁଲର ପ୍ରଧାନ ଶିକ୍ଷକ ଅଜିତ କୁମାର ସେଠୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଅଭିନନ୍ଦନ ଜଣାଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସମୀର ଦାଶ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ପରିଚାଳନା କରିଛନ୍ତି। ନବନିଯୁକ୍ତ ଅଧ୍ୟକ୍ଷ ଓ ଶିକ୍ଷକମାନଙ୍କ ସହ ଆଲୋଚନା କରି ପାଣ୍ଡିଆନ ସେମାନଙ୍କୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ଏ ଲକ୍ଷ୍ୟ ପୂରଣ ପାଇଁ କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଯୋଗଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଛନ୍ତି। ନିଯୁକ୍ତିପତ୍ର ମିଳିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୧୫୬ ଜଣ ଶିକ୍ଷୟିତ୍ରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri