ହାତିଆସୁଣୀ ପୀଠର ଉନ୍ନତୀକରଣ କରାଯାଉ

ବୋଲଗଡ଼, ୯।୧୦(ଡି.ଏନ୍‌.ଏ.):ରା.େଜ୍ୟ ସରକାର ବିଭିନ୍ନ ପୀଠର ପୁନରୁଦ୍ଧାର ଏବଂ ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ ଅନ୍ତର୍ଗତ ସାଗରଗଁା ଗ୍ରାମରେ ଥିବା ହାତିଆସୁଣୀ ପୀଠ ଅବହେଳିତ ଅବସ୍ଥାରେ ରହିଛି, ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏହି ପୀଠର ଉନ୍ନତୀକରଣ ପାଇଁ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଦାବି ହେଉଛି। ସୂଚନାଥାଉ କି, ପ୍ରାକୃତିକ ପରିବେଶ ମଧ୍ୟରେ ରହିଥିବା ଏହି ହାତିସୁଆଣୀ ପୀଠଟି ବହୁ ପ୍ରାଚୀନ। ପ୍ରାୟ ୯୦୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ମା’ ହସ୍ତିନୀଙ୍କ ଏହି ପୀଠ। ଏଠାରେ ମାନସିକ କଲେ ପୂର୍ଣ୍ଣ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ ରହିଛି।
ଏଠାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ବିଶେଷକରି ଶୀତଦିନେ ଏଠାରେ ଲୋକଙ୍କ ଭିଡ଼ ବେଶି ହୋଇଥାଏ। ପ୍ରାକୃତିକ ପରିବେଶ, ଭୋଜି କରିବା ସହ ମା’ଙ୍କ ଦର୍ଶନ, ସେଲ୍ଫି ନେବା ପାଇଁ ବିଭିନ୍ନ ବର୍ଗର ଲୋକଙ୍କ ଆକର୍ଷଣ କେନ୍ଦ୍ର ପାଲଟିଛି। ଏହା ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପାଇ ନ ଥିଲେ ମଧ୍ୟ ନିକଟତମ ପର୍ଯ୍ୟଟନସ୍ଥଳୀ ଆରିକମା ଗ୍ରାମର ମା’ କୋଶଳାଶୁଣୀ ଏବଂ ମା’ କୀଚକେଶ୍ବରୀ ଦେବୀଙ୍କ ସହିତ ଏହି ହସ୍ତିନୀ ଦେବୀଙ୍କ ସମ୍ପର୍କ ରହିଥିବା ଅଞ୍ଚଳର ଜନସାଧାରଣଙ୍କଠାରୁ ଶୁଣିବାକୁ ମିଳିଥାଏ। ହାତିଆସୁଣୀ ପୀଠର ଉନ୍ନତୀକରଣ, ଗମନାଗମନ, ପାନୀୟଜଳ ଓ ଆଶ୍ରୟ ପାଇଁ ପକ୍କାଘରର ଆବଶ୍ୟକତା ରହିଛି। ସ୍ଥାନୀୟ ଅଞ୍ଚଳବାସୀ ପୀଠର ଉନ୍ନତୀକରଣ ପାଇଁ ବାରମ୍ବାର ବ୍ଲକ ପ୍ରଶାସନକୁ ଜଣାଇବା ପରେ ପଞ୍ଚାୟତ ପକ୍ଷରୁ କିଛି କାର୍ଯ୍ୟ କରାଯାଇଛି। ତେବେ ଉପରୋକ୍ତ ସମସ୍ୟାଗୁଡିକର ସମାଧାନ ହୋଇପାରିଲେ ଏହି ପୀଠ ପର୍ଯ୍ୟଟନସ୍ଥଳ ଭାବେ ମାନ୍ୟତା ପାଇବା ସହ ଅଞ୍ଚଳର ବିକାଶରେ ସହାୟକ ହୋଇପାରନ୍ତା। ଏଥିପ୍ରତି ଜିଲା ଓ ସ୍ଥାନୀୟ ପ୍ରଶାସନ ଦୃଷ୍ଟିଦେବାକୁ ସାମାଜିକ କର୍ମୀ କୈଳାସ ଚନ୍ଦ୍ର ରଥ, ଶିକ୍ଷାବିତ୍‌ ମହାଦେବ ପାଟ୍ଟଯୋଶୀ, ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ସ୍ଥାନୀୟ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?