ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ ହେଉ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଆଉ ଏକ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ରାଜ୍ୟର ଦ୍ବିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ବିହାର ଓ ଅନ୍ୟ ରାଜ୍ୟ ପାଇଁ ଦ୍ୱିତୀୟ ଏମ୍‌ସ ପ୍ରସ୍ତାବ ବିଚାରାଧୀନ ରହିଛି। ତେଣୁ ସ୍ବାସ୍ଥ୍ୟସେବା ଆବଶ୍ୟକତା ଦୃଷ୍ଟିରୁ ଓଡ଼ିଶା କଥା ବିଚାରକୁ ନିଆଯାଇ ଅନୁମତି ଦିଆଯାଉ ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼ରେ ଏମ୍‌ସ ପାଇଁ ଭିତ୍ତିଭୂମି ରହିଛି। ରାଜ୍ୟ ସରକାର ଓ ଏନ୍‌ଟିପିସି ସହଭାଗିତାରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମିତ କରାଯାଇଛି। ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ୧୦୦ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କ ପଢ଼ିବା ନେଇ ଭିତ୍ତିଭୂମି ରହିଛି। ଏଥିସହିତ ଭିତ୍ତିଭୂମି ଥିବା ପ୍ରସ୍ତାବିତ ଅଞ୍ଚଳକୁ ରେଳ ଓ ବିମାନ ଯୋଗାଯୋଗ ସୁବିଧା ରହିଛି। ଏସବୁ ଭିତ୍ତିଭୂମି ଥିବା ଦର୍ଶାଇ ସୁନ୍ଦରଗଡ଼ରେ ଏମ୍‌ସ ପ୍ରତିଷ୍ଠା ପାଇଁ ମୁଖ୍ୟ ଶାସନ ସଚିବ ପ୍ରସ୍ତାବ ଦେଇଛନ୍ତି। ଏହାଦ୍ୱାରା ସ୍ଥାନୀୟ ଆଦିବାସୀ ଓ ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ ବୋଲି ସେ ତାଙ୍କ ଚିଠିରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ବିଶ୍ୱଯୁଦ୍ଧ ପାଇଁ…

ଓ଼୍ବାଶିଂଟନ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ମଙ୍ଗଳବାର (୩ ମାର୍ଚ୍ଚ) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ଆସିଛି ଯେ ଇରାନ…

ଯୁଦ୍ଧ ଭିତରେ ୮ଦେଶ ସହ କଥା ହେଲେ ମୋଦି, ହୋଇପାରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୩।୩: ଇରାନ ଉପରେ ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଏବଂ ଇରାନର ପ୍ରତିଶୋଧ ସହିତ ଆରମ୍ଭ ହୋଇଥିବା ଯୁଦ୍ଧ ପ୍ରତିଦିନ ତୀବ୍ର ହେବାରେ ଲାଗିଛି। ସଂଘର୍ଷର ପରିମାଣ ଏବଂ ପରିସର…

ରାଜ୍ୟ ସଭା ନିର୍ବାଚନ: ଦିଲୀପ ରାୟଙ୍କୁ ଭାଜପାର ସମର୍ଥନ

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ବାଚନ ନେଇ ବିଜେଡି ଜଣେ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri