ପୁଅକୁ ଫାଶୀ ହେଉ: ବାପା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍‌ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ ନାମରେ ଆଇପିସିର ଦଫା ୩୦୨ ଓ ୨୦୧ରେ ମାମଲା (ନଂ.୨୨/୨୨) ରୁଜୁ କରି ବୁଧବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ ପୂର୍ବାହ୍ନରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ନମୁନା ସଂଗ୍ରହ କରିଥିଲା। ଏଥିସହ ହତ୍ୟାରେ ବ୍ୟବହୃତ ଲୁହା ପାଇପ, ରେଡ଼ିଓ ଆଦି ଜବତ କରିଛି। ତେବେ ମୃତା ରଶ୍ମିତା ଜେନାଙ୍କ ସ୍ବାମୀ ତଥା ଅଭିଯୁକ୍ତ ପ୍ରଶାନ୍ତଙ୍କ ବାପା ବିଷ୍ଣୁଚରଣ ଗଣମାଧ୍ୟମକୁ କହିଛନ୍ତି, ନିଶା ଖାଇବାକୁ ସାମାନ୍ୟ କିଛି ଟଙ୍କା ପାଇଁ ମା’ଙ୍କୁ ମାରିଦେଇଥିବା ପୁଅକୁ ଫାଶୀ ହୋଇଯାଉ।

ସୂଚନା ଅନୁଯାୟୀ, ମଙ୍ଗଳବାର ସାରେ ବିଷ୍ଣୁଚରଣ ପାଖ ବଜାରକୁ ଯାଇଥିଲେ। ଏହି ସମୟରେ ପ୍ରଶାନ୍ତ ମା’ଙ୍କୁ ଟଙ୍କା ମାଗି ଝଗଡ଼ା କରିଥିଲେ। ମା’ ରଶ୍ମିତା ତାଙ୍କୁ ଗାଳିଦେବାରୁ ସେ ଉତ୍‌କ୍ଷିପ୍ତ ହୋଇ ପାଖରେ ଥିବା ଏକ ପୁରୁଣା ରେଡିଓ ଓ ଲୁହା ପାଇପରେ ମା’ଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହାପରେ ପ୍ରଶାନ୍ତ ଘରେ ଥିବା ମା’ଙ୍କ ଲୁଗା ଓ କନ୍ଥା ଆଦିରେ କିରୋସିନ ଢାଳି ମୃତଦେହକୁ ନିଆଁ ଲଗାଇ ଦେଇଥିଲେ। ନିଆଁରେ ଆଜବେଷ୍ଟ ଫାଟିଯିବାରୁ ବାହାରକୁ ଧୂଆଁ ବାହାରିଥିଲା। ଏହାଦେଖି ପଡ଼ୋଶୀ ଘଟଣାସ୍ଥଳରେ ପହଞ୍ଚତ୍ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri