Posted inଜାତୀୟ

ଆତଙ୍କବାଦ ବିରୋଧରେ ଏକଜୁଟ ହେଉ ବିଶ୍ୱ

ନୂଆଦିଲ୍ଲୀ, ୧୯ା୧୦: ୨୫ ବର୍ଷ ପରେ ଇଣ୍ଟରପୋଲ ସାଧାରଣ ସଭାର ୯୦ତମ ଅଧିବେଶନ ମଙ୍ଗଳବାର ଜାତୀୟ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆରମ୍ଭ ହୋଇଛି। ୪ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୧୯୫ ଦେଶର ପ୍ରତିନିଧି ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ଉଦ୍‌ବୋଧନ ଦେଇ ଆତଙ୍କବାଦ, ଡ୍ରଗ୍ସ ଚାଲାଣ, ସାଇବର ଅପରାଧ ଏବଂ ବେଆଇନ କାର୍ଯକଳାପ ରୋକିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଆତଙ୍କବାଦ ଶେଷ କରିବା ପାଇଁ ବିଶ୍ୱ ସମୁଦାୟ ଏକଜୁଟ ହେବା ଜରୁରୀ। କୌଣସି ଗୋଟିଏ ସ୍ଥାନ ଯେପରି ଆତଙ୍କବାଦୀଙ୍କ ସ୍ବର୍ଗ ନ ପାଲଟେ ତାହା ସୁନିଶ୍ଚିତ କରିବା ସମସ୍ତଙ୍କ ଦାୟିତ୍ୱ। କେବଳ ଆଞ୍ଚଳିକ ସ୍ତରରେ ବୈଶ୍ୱିକ ବିପଦର ମୁକାବିଲା କରାଯାଇପାରିବ ନାହିଁ। ସମାଜର ମଙ୍ଗଳ ପାଇଁ ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ା ବୋଲି ମୋଦି କହିଥିଲେ। ଏଥିସହ ଦୁର୍ନୀତି, ଆର୍ଥିକ ଅପରାଧ ମଧ୍ୟ ଅନେକ ଦେଶ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଜଳବାୟୁ ପରିବର୍ତ୍ତନ, କରୋନା ମହାମାରୀ ଭଳି ବୈଶ୍ୱିକ ବିପଦବେଳେ ଭାରତର ପଦକ୍ଷେପ ଏହା ଦର୍ଶାଉଛି ଯେ ଆମେ ଯେ କୌଣସି ବିପର୍ଯ୍ୟୟର ମୁକାବିଲା ନିମନ୍ତେ ନେତୃତ୍ୱ ନେବା ପାଇଁ ଦକ୍ଷ ଏବଂ ଇଚ୍ଛୁକ।
ମହାସଭାରେ ପାକିସ୍ତାନ ଫେଡେରାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏଫ୍‌ଆଇଏ) ମୁଖ୍ୟ ମୋହସିନ୍‌ ହାସନ ବଟ୍ଟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦ୍‌ବୋଧନ ଶେଷ ହେବା ପରେ ଗଣମାଧ୍ୟମ ପ୍ରତିନିଧିମାନେ ମୋହସିନ୍‌ଙ୍କୁ ୧୯୯୩ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଦାଉଦ୍‌ ଇବ୍ରାହିମ୍‌ଙ୍କୁ ନେଇ ପ୍ରଶ୍ନ କରିଥିଲେ। ଜାତିସଂଘ ଦ୍ୱାରା ଆତଙ୍କବାଦୀ ଘୋଷିତ ଦାଉଦ୍‌ଙ୍କୁ ପାକିସ୍ତାନ ଭାରତକୁ ହସ୍ତାନ୍ତର କରିବ କି ବୋଲି ସେମାନେ ପଚାରିଥିଲେ। ଏଥିସହ ଜୈଶ-ଇ-ମହମ୍ମଦ ମୁଖ୍ୟ ମାଶୁଦ ଆଝାର, ୯/୧୧ ମାଷ୍ଟରମାଇଣ୍ଡ ହାଫିଜ୍‌ ସଇଦଙ୍କୁ ହସ୍ତାନ୍ତର କରିବା ଉପରେ ପ୍ରଶ୍ନ କରିଥିଲେ। ହେଲେ ଏହା ଉପରେ ମୋହସିନ୍‌ ନିଜ ଆଙ୍ଗୁଠିକୁ ଓଠ ଉପରେ ରଖି (ନୀରବ ରହିବାକୁ ଇଙ୍ଗିତ କରି) ସେଠାରୁ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri