ମହିମାଗାଦି ବିବାଦର ସ୍ଥାୟୀ ସମାଧାନ ହେଉ

ଢେଙ୍କାନାଳ ଅଫିସ, ୨୮।୧: କୌପୀନଧାରୀ ମହିମା ସମାଜର ଉପାସନାସ୍ଥଳୀ ଉଚ୍ଛେଦ ପରେ ଯୋରନ୍ଦା ମହିମାଗାଦିରେ ସୃଷ୍ଟି ହୋଇଛି ଅପ୍ରୀତିକର ସ୍ଥିତି। ଏହାର ସ୍ଥାୟୀ ସମାଧାନ କରିବା ଲାଗି ଶୁକ୍ରବାର ଅଞ୍ଚଳବାସୀ, ମହିମା ଅନୁଗାମୀଙ୍କ ସମେତ ବହୁ ସାଧୁସନ୍ଥ ଦାବି କରିଛନ୍ତି। ଏ ନେଇ ସେମାନେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଉପାସନାସ୍ଥଳୀ ଉଚ୍ଛେଦ ପରେ ଦୁଇ ମହିମା ସାଧୁ ଗୋଷ୍ଠୀ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଜିଲା ପ୍ରଶାସନ, ନିର୍ବାଚିତ ପ୍ରତିନିଧିଙ୍କ ବାରମ୍ବାର ଚେଷ୍ଟା ସତ୍ତ୍ୱେ ଏହାର ସମାଧାନ ହୋଇପାରୁନାହିଁ। ଫେବୃୟାରୀ ୪ରୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଆରମ୍ଭ ହେବ। ଏଥିରେ ବହୁ ଲକ୍ଷ ସାଧୁସନ୍ଥଙ୍କ ସମାଗମ ହେବ। ତେବେ ମହିମାଗାଦିରେ ଉପୁଜିଥିବା ସମସ୍ୟା ଯୋଗୁ ମେଳା ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ତୃତୀୟ ବେଢ଼ା ମଧ୍ୟରେ ଥିବା ବତୀ ମନ୍ଦିର, ଧୁନି ମନ୍ଦିର, ଭେକ ମନ୍ଦିର ଭାଙ୍ଗି ଦିଆଯାଇଥିବାରୁ କୌପୀନଧାରୀ ମହିମା ସମାଜ ସମସ୍ୟା ବଢ଼ିଛି। ଏହାର ଆଶୁ ସମାଧାନ କରିବା ଲାଗି ପଦକ୍ଷେପ ନେବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?