କ’ଣ ତଦନ୍ତ ହୋଇଛି ୬ ସପ୍ତାହରେ ଜଣାଅ

ପାରଳାଖେମୁଣ୍ଡି,୨୫ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୪୪ଦିନ ବିତିଗଲାଣି। ତଥାପି ପୋଲିସ ପାଖରେ ଉତ୍ତର ନାହିଁ। ଏହା ଭିତରେ କ’ଣ ତଦନ୍ତ ହୋଇଛି ୬ ସପ୍ତାହ ମଧ୍ୟରେ ତା’ର ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ଜୁଲାଇ ୧୨ରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୌମ୍ୟଙ୍କ ମୃତ୍ୟୁ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପରିବାର ଲୋକ ଅଭିଯୋଗ କରିଥିଲେ। ଏ ନେଇ କିଛି ବନବିଭାଗ କର୍ମଚାରୀ, ଡାକ୍ତର ଓ ରୋଷେୟା ମନ୍ମଥ କୁମ୍ଭ, ଗୁରାଣ୍ଡି ଥାନା ଅଧିକାରିଣୀ ମମତା ପଣ୍ଡା ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯାଇଥିଲା। କିନ୍ତୁ ତତ୍କାଳୀନ ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ତଦନ୍ତ ନ ସରୁଣୁ ପାରଳା ଡିଏଫଓ, ରୋଷେୟା ଏବଂ ଗୁରାଣ୍ଡି ଥାନା ଅଧିକାରିଣୀଙ୍କୁ କ୍ଲିନଚିଟ୍‌ ଦେଇଥିଲେ। ଏହି ଘଟଣାର ୨୪ଘଣ୍ଟା ନ ପୁରୁଣୁ ଏସ୍‌ପି ପଟ୍ଟନାୟକ ୟୁଟର୍ନ ନେଇ ମାମଲାର ଘଟଣାର ତଦନ୍ତ ଜାରି ରହିଛି ବୋଲି କହିଥିଲେ।

ପରେ ରାଜ୍ୟ ସରକାର ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ। କ୍ରାଇମବ୍ରାଞ୍ଚ ପାରଳାଖେମୁଣ୍ଡିଠାରେ ୮ ଦିନ ମଧ୍ୟରେ ପାରଳା ଡିଏଫଓ, ୨ ଡାକ୍ତର, ତହସିଲଦାର, ଗୁରାଣ୍ଡି ଥାନା ଅଧିକାରିଣୀଙ୍କ ସମେତ ୧୪ଜଣଙ୍କୁ ଜେରା କରି ବୟାନ ରେକର୍ଡ କରିଛି। ଏହା ପରେ ପାରଳାରେ ତଦନ୍ତ କରୁଥିବା ୪ ଜଣିଆ କ୍ରାମବ୍ରାଞ୍ଚ ଟିମ୍‌ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ସମସ୍ତ ରିପୋର୍ଟ ପ୍ରଦାନ ପାଇଁ ମୁଖ୍ୟ କାର୍ଯ୍ୟାଳୟକୁ ଫେରିଥିଲେ। ତଥାପି ସୌମ୍ୟ ମୃତ୍ୟୁର କୌଣସି ରହସ୍ୟ ଉନ୍ମୋଚନ ହୋଇପାରି ନାହିଁ। ମାମଲାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଗତ ୩ ତାରିଖରେ ଭାରତୀୟ ବିକାଶ ପରିଷଦ ଜଗତସିଂହପୁର ଜିଲା ସଭାପତି ସୁବ୍ରତ ଦାସ ଏନ୍‌ଏଚ୍‌ଆର୍‌ସିଙ୍କ ଦ୍ବାରସ୍ଥ ହୋଇଥିଲେ। ଏଥିରେ ଜାତୀୟ ମାନବାଧିକାର କମିଶନ ମାମଲା ରୁଜୁ କରି ଆକ୍ସନ ଟେକନ ରିପୋର୍ଟ ମାଗିଛନ୍ତି। ୬ ସପ୍ତାହ ମଧ୍ୟରେ ଘଟଣାର ସବିଶେଷ ରିପୋର୍ଟ ପ୍ରଦାନ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?