କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଭାରତ ଏହି ପଦକ୍ଷେପକୁ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ବୋଲି କହିଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ, କେତେକ ସ୍ବାର୍ଥପର ଗୋଷ୍ଠୀ ଏହି ପ୍ରଦର୍ଶନ ଉପରେ ନିଜର ଏଜେଣ୍ଡା ଲଗାଇବାକୁ ଚେଷ୍ଟା କରୁଛନ୍ତି। ଏହି ପ୍ରସଙ୍ଗରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ନିଜର ମତ ଦେଇଛନ୍ତି। ବିରାଟ କୋହଲି ଟୁଇଟ୍‌ କରି କହିଛନ୍ତି, ଏହି ମତଭେଦ ସମୟରେ ଆମେ ସମସ୍ତେ ଏକଜୁଟ ହେବା। କୃଷକମାନେ ଆମ ଦେଶର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ମୁଁ ନିଶ୍ଚିତ ଯେ ସମସ୍ତ ଦଳ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ସମାଧାନ ମିଳିବ ଯାହା ଦ୍ୱାରା ଶାନ୍ତି ପ୍ରତିଷ୍ଠା ହୋଇପାରିବ ଏବଂ ସମସ୍ତେ ଏକାଠି ଆଗକୁ ବଢିପାରିବେ। ବିରାଟଙ୍କ ବ୍ୟତୀତ ଅନେକ ଭାରତୀୟ ଖେଳାଳି କୃଷକ ଆନ୍ଦୋଳନକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି। ସଚିନ ତେନ୍ଦୁଲକର, ସୁରେଶ ରାଇନା, ଶିଖର ଧାଓ୍ବନ, ରବି ଶାସ୍ତ୍ରୀଙ୍କ ଭଳି ଖେଳାଳି ଟୁଇଟ୍‌ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri