କର୍ଲାମୁଣ୍ଡା,(ପ୍ରଦୀପ କୁମାର ସାହୁ)୧୪/୮: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ତଥା ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଆସ ସ୍କୁଲ ଯିବା ପଦ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କୁ ନେଇ ତହସିଲ ଛକ ପର୍ଯ୍ୟନ୍ତ ଶୋଭାଯାତ୍ରା ବାହାରିଥିଲା। ଏଥିରେଏଥିରେ ରତନ ଭୋଇ ପଞ୍ଚାୟତ ସମିତିର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ଅବସର ପ୍ରାପ୍ତ ଶିକ୍ଷକ ପବିତ୍ର ମୋହନ ପଶା, ଶୋଭାବତୀ ସିକଚlନ୍ଦ, ଲକ୍ଷ୍ମୀପ୍ରିୟା, ହିମାଂଶୁ ଭୋଇ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ ଓ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରି ଉପସ୍ଥିତ ରହିଥିଲେ। ସେହିପରି ବ୍ଲକର ରାଜପୁର ପଞ୍ଚାୟତ କେନ୍ଦୁମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସଭା ଆୟୋଜନ ହୋଇଥିଲା ।


