ବଲାଙ୍ଗୀର ସଦର ବ୍ଳକ ପକ୍ଷରୁ ଗାଁକୁ ଚାଲ ଅଭିଯାନ

ବଲାଙ୍ଗୀର ଅଫିସ, ୨୮ା୧:  ବଲାଙ୍ଗୀର ସଦର ବ୍ଳକ୍‌ ପକ୍ଷରୁ ବୁଧବାର ଗାଁକୁ ଚାଲ ଅଭିଯାନର ଶୁଭାରମ୍ଭ କରାଯାଇଛି। ବ୍ଳକ ଅଧ୍ୟକ୍ଷ ଗୋଲାପ ବାଗ, ବିଡିଓ ବାସୁଦେବ ମହାପାତ୍ର ଓ ବିଭିନ୍ନ ବିଭାଗୀୟ ପ୍ରଶାସନ ଅଧିକାରୀମାନେ ବୈଦିପାଲି ପଞ୍ଚାୟତର ବରଗାଁକୁ ଯାଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା, ଏହାର କାର୍ଯ୍ୟାନ୍ବୟନ, ଯୋଜନା ସୁଫଳ ଓ ଜନସହଭାଗିତା ଉପରେ ଲୋକଙ୍କୁ ଅବଗତ କରିଥିଲେ ା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସୁଫଳ ପାଇବାକୁ ଯୋଗ୍ୟ ହିତାଧିକାରୀ ସାମାନ୍ୟ ତ୍ରୁଟି ଯୋଗୁଁ ଯୋଜନା ସୁଫଳ ପାଇବାରୁ ବଞ୍ଚତ ହୋଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଏଭଳି କ୍ଷେତ୍ରରେ ସେମାନେ ଗାଁରୁ ବ୍ଳକ୍‌ ଅଫିସକୁ ଦୌଡି ଖର୍ଚ୍ଚାନ୍ତ ହେବା ସହ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଏଭଳି ତ୍ରୁଟିକୁ ଦୂର କରିବା ଓ ଲୋକଙ୍କୁ ଯୋଜନା ସୁଫଳ ପାଇବାର ସରଳ ଉପାୟ ଜଣାଇବାର ମହତ୍‌ ଲକ୍ଷ୍ୟ ରଖି ସଦର ବ୍ଳକ୍‌ ପକ୍ଷରୁ ଏହି ଗଁାକୁ ଚାଲ ଅଭିଯାନ ଆରମଭ କରାଯାଇଛି ା ଅଧ୍ୟକ୍ଷ ଗୋଲାପ ବାଗ ଏହାର ନେତୃତ୍ୱ ନେଇଛନ୍ତି ା ବରଗଁାଠାରେ ପଞ୍ଚାୟତର ବିଭିନ୍ନ ଗଁା ଲୋକେ ଜମା ହୋଇ ଅଧିକାରୀଙ୍କୁ ନିଜର ସମସ୍ୟା ଜଣାଇବା ସହ ସମାଧାନ ବାଟ ବାହାର କରିଥିଲେ ା କାର୍ଯ୍ୟକ୍ରମରେ ପଞ୍ଚାୟତ ସରପଞ୍ଚ ଲବ ବାଗ, ସମିତି ସଭ୍ୟ ସଞ୍ଜୁକ୍ତ ଛତ୍ରିଆ, ଜିଲା ପରିଷଦ ସଦସ୍ୟ ସତ୍ୟନାରାୟଣ ଭୋଇ, ଜିପିଓ ଦାମୋଦର ଦାସ ଓ ଅନ୍ୟମାନଙ୍କ ସହ ବିଭିନ୍ନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri