ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ

ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି, ଏହି ହତ୍ୟାକାଣ୍ଡ ପ୍ରାୟୋଜିତ। ୨ଦିନ ହେଲା ଫଟୋ ଆସିବା ପରେ ନବ ଦାସଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଛି। ରାଜ୍ୟ ସରକାର ଏଥିରେ ସମ୍ପୃକ୍ତ ଥିବା ମଧ୍ୟ ସ୍ପଷ୍ଟ ହେଉଛି ବୋଲି ସେ କହିଛନ୍ତି। ପୂର୍ବତନ ପିସିସି ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା କହିଛନ୍ତି, ଯିଏ ଏହି ଫଟୋ ଭାଇରାଲ କରୁ ଏବଂ ଯେଉଁ ବାଟରେ ଏହି ଫଟୋଟି ବାହାରକୁ ଆସୁ, କ୍ରାଇମବ୍ରାଞ୍ଚ ଦେଖାଉ ବା ବାହାରେ ବି ଯିଏ ଦେଖାଉ ଏହା ନିଶ୍ଚିତ ଭାବେ ସନ୍ଦେହ ଘେରକୁ ଯିବ। କାରଣ ୨୪ ଦିନ ମଧ୍ୟରେ କାହିଁକି ଏହା ପଦାକୁ ଆସୁ ନ ଥିଲା ବିଧାନସଭା ଥିବାବେଳେ କାହିଁକି ଏହାକୁ ଦେଖାଗଲା। ଯିଏ ଏହି ଫଟୋ ଭାଇରାଲ କରିଛି ତାଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଦରକାର ବୋଲି ଜୟଦେବ କହିଛନ୍ତି। ଏ ପ୍ରସଙ୍ଗରେ ବରିଷ୍ଠ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, କ୍ରାଇମବ୍ରାଞ୍ଚ ଠିକ୍‌ ବାଟରେ ତଦନ୍ତ ଚଳାଇଛି। ତଦନ୍ତକୁ ଦିଗହରା ଏବଂ ଏହାକୁ ରାଜନୀତୀକରଣ କରିବା ଲାଗି ଯେଉଁଭଳି ଭାବେ ବିରୋଧୀ ଦଳ ପକ୍ଷରୁ ଚେଷ୍ଟା କରାଯାଉଛି ତାହା ନ କରାଯାଇ ତଦନ୍ତରେ କ୍ରାଇମବ୍ରାଞ୍ଚକୁ ସମ୍ପୂର୍ଣ୍ଣ ସହଯୋଗ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri