Odisha Elections 2024
Posted inଜାତୀୟ

ଆମ ଆଦମୀ ପାର୍ଟି ବିଧାୟକଙ୍କ ଘରେ ଇଡି ଚଢାଉ

ନୂଆଦିଲ୍ଲୀ,୧୦।୧୦: ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ବିଧାୟକଙ୍କ ଅଡୁଆ କମିବାର ନାଁ ଧରୁନି। ମଙ୍ଗଳବାର ସକାଳେ ଇଡି ଟିମ ଏଏପି ବିଧାୟକ ଅମାନତୁଲ୍ଲା ଖାନଙ୍କ ଘରେ ପହଞ୍ଚି ତଦନ୍ତ କରୁଛନ୍ତି।
ସୂଚନାଯୋଗ୍ୟ ଯେ ଦିଲ୍ଲୀ ୱାକଫ ବୋର୍ଡର କାର୍ଯ୍ୟରେ ଆର୍ଥିକ ଅପବ୍ୟବହାର ତଥା ଅନ୍ୟାନ୍ୟ ଅନିୟମିତତା ଅଭିଯୋଗରେ ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଏଏପି ବିଧାୟକ ଅମାନତୁଲ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ଏହି ମାମଲାରେ ଇମାନ ଅମାନତୁଲ୍ଲାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଦିଲ୍ଲୀ ୱାକଫ ବୋର୍ଡର ଚେୟାରମ୍ୟାନ ଭାବରେ କାର୍ଯ୍ୟ କରୁଥିବାବେଳେ ଅମାନତୁଲ୍ଲା ଖାନ ନିୟମ ଉଲ୍ଲଂଘନ କରି ୩୨ ଜଣଙ୍କୁ ନିଯୁକ୍ତି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ହେଉଛି ଯେ, ଦିଲ୍ଲୀ ୱାକଫ ବୋର୍ଡର ଚେୟାରମ୍ୟାନ ଭାବରେ ଏଏପି ବିଧାୟକ ଦୁର୍ନୀତି ଏବଂ ପକ୍ଷପାତିତା କରିଥିଲେ। ଏହା ବ୍ୟତୀତ ଦିଲ୍ଲୀ ୱାକଫ ବୋର୍ଡର ଅନେକ ସମ୍ପତ୍ତି ବେଆଇନ ଭାବେ ଭଡା ଦିଆଯାଇଥିଲା। ସେ ଦିଲ୍ଲୀ ସରକାରଙ୍କ ଅନୁଦାନ ସମେତ ବୋର୍ଡ ପାଣ୍ଠିର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri