Posted inଜାତୀୟ

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ ଭିଡିଓ ରେକର୍ଡ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଏହି ଘଟଣା ଜେଲ୍ ପ୍ରଶାସନର ସୁରକ୍ଷା ବ୍ୟବସ୍ଥା ଓ କଡ଼ା ନିୟମକୁ ନେଇ ବଡ଼ ଧରଣର ପ୍ରଶ୍ନ ଉଠାଇଛି।

ଜେଲ୍‌ରେ ଥିବା ପ୍ରେମିକ ତାରକେଶ୍ୱରର ଜନ୍ମଦିନ ଅବସରରେ ଜଣେ ଯୁବତୀ ତାକୁ ଭେଟିବାକୁ ଆସିଥିଲେ। ଜେଲ୍‌ର ସାକ୍ଷାତ କରିବା କକ୍ଷରେ ସେ ନିଜ ମୋବାଇଲ୍ ଫୋନ୍ ଜରିଆରେ ଏକ ଭିଡିଓ ସୁଟ୍ କରିଥିଲେ। ଭିଡିଓରେ ସେ କହୁଛନ୍ତି, “ଆଜି ମୋ ପ୍ରେମିକଙ୍କ ଜନ୍ମଦିନ, ମୁଁ ତାଙ୍କୁ ସରପ୍ରାଇଜ୍ ଦେବାକୁ ଆସିଛି। ଦେଖିବା ତାଙ୍କର ରିଆକ୍ସନ କିଭଳି ରହୁଛି।” ପରବର୍ତ୍ତୀ ସମୟରେ ଏହି ଭିଡିଓରେ ଫିଲ୍ମି ଗୀତ ଯୋଡ଼ି ସେ ଏହାକୁ ଇନଷ୍ଟାଗ୍ରାମରେ ଅପଲୋଡ୍ କରିଥିଲେ। ସୂଚନାଯୋଗ୍ୟ ଯେ, ତାରକେଶ୍ୱର ଏକ ନିଶାଦ୍ରବ୍ୟ କାରବାର ମାମଲାରେ ଜେଲ୍‌ରେ ଅଛନ୍ତି।

ଜେଲ୍ ପରିସର ମଧ୍ୟକୁ ମୋବାଇଲ୍ ନେବା ସମ୍ପୂର୍ଣ୍ଣ ନିଷେଧ ଥିବାବେଳେ ଯୁବତୀ ଜଣକ କିଭଳି ନିରାପଦରେ ଭିଡିଓ ସୁଟ୍ କଲେ, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାୟପୁର ଜେଲ୍‌ରୁ ଏଭଳି ଘଟଣା ପ୍ରଥମ ନୁହେଁ। ଏହା ପୂର୍ବରୁ ମହମ୍ମଦ ରସିଦ ଅଲି ନାମକ ଜଣେ କଏଦୀ ଜେଲ୍ ଭିତରୁ ଜିମ୍ କରିବାର ଭିଡିଓ ଓ ସେଲଫି ପୋଷ୍ଟ କରିଥିଲେ। ସେହିପରି ଝାଡ଼ଖଣ୍ଡର ଗ୍ୟାଙ୍ଗଷ୍ଟର ଅମନ ସାଓ ମଧ୍ୟ ଜେଲ୍ ଭିତରେ ଫଟୋସୁଟ୍ କରିଥିବା ସାମ୍ନାକୁ ଆସିଥିଲା।

ଏହି ଭିଡିଓ ଭାଇରାଲ ହେବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। କଏଦୀ ଏବଂ ଜେଲ୍ କର୍ମଚାରୀଙ୍କ ମଧ୍ୟରେ ସଲାସୁତୁରା ଥିବା ନେଇ ଅଭିଯୋଗ ହେଉଛି। ତେବେ ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଜେଲ୍ କର୍ତ୍ତୃପକ୍ଷ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟିକରଣ ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri