ସାମ୍ପଲ ଔଷଧର କଳା ବଜାରକୁ ନେଇ ଚଢ଼ାଉ

ପାରଳାଖେମୁଣ୍ଡି,୧୪।୧(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରିପଡାଠାରେ ଥିବା ଶଶି ଔଷଧ ଦୋକାନ ଉପରେ ଡ୍ରଗ ନିରୀକ୍ଷକଙ୍କ ଅଚାନକ ଚଢ଼ାଉ ହୋଇଛି । ଆଜି ସକାଳେ ଗଜପତି ଜିଲାର ଡ୍ରଗ ନିରୀକ୍ଷକ ପ୍ରସନ୍ନ କୁମାର ମଲ୍ଲିକ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶଶି ଔଷଧ ଦୋକାନରେ ସାମ୍ପଲ ଔଷଧ ବିକ୍ରି ହେଉଥିବା ଜାଣି ଅଚାନକ ଏକ ୪ଜଣିଆ ଟିମ ଦୋକାନରେ ପଶି ଚଢ଼ାଉ କରିଥିଲେ । ପ୍ରାୟ ୪ଘଣ୍ଟାରୁ ଅଧିକ ସମୟ ଧରି ଏହି ଚଢ଼ାଉ ଜାରି ରହିଥିଲା। ଚଢ଼ାଉବେଳେ ଅନେକ କମ୍ପାନୀର ସାମ୍ପଲ ଔଷଧ ମିଳିଥିବା ସୂଚନା ମିଳିଛି। ତେବେ ଏହି କାରବାର ବହୁଦିନ ପୂର୍ବରୁ ଏଭଳି ଚାଲିଥିବା ସନ୍ଦେହ କରାଯାଉଛି। ତେବେ ଆଗକୁ ଏହି ଘଟଣାର ସବୁ ଦିଗକୁ ନେଇ ତଦନ୍ତ କରାଯିବା ସହ କେଉଁ କେଉଁ କମ୍ପାନୀର ଔଷଧ ରହିଛି ସେ ସମସ୍ତ ଘଟଣାକୁ ନେଇ ଏକ ମାମଲା ରୁଜୁ କରାଯିବ ବୋଲି ସୂଚନା ଦେଇଛନ୍ତି ଡ୍ରଗ ନିରୀକ୍ଷକ ଶ୍ରୀ ମଲ୍ଲିକ।
ଗଜପତି ଜିଲାରେ ଏହି ଗୋଟିଏ ଘଟଣା ସାମ୍ନାକୁ ଆସିଛି କିନ୍ତୁ ବାସ୍ତବିକ କ୍ଷେତ୍ରରେ ଜିଲ୍ଲାରେ ବିଭିନ୍ନ ବ୍ଲକ ସହ ସଦର ମହକୁମାଠାରେ ମଧ୍ୟ ଏହି ପ୍ରକାର କାରବାର ବ୍ୟାପକ ଭାବେ ଚାଲିଛି ଏହା କେବଳ ଭାତ ହାଣ୍ଡିର ଗୋଟିଏ ଭାତ। ଯଦି ଜିଲା ଡ୍ରଗ୍ସ ବିଭାଗ ପକ୍ଷରୁ ଯାଞ୍ଚ କରାଯାଏ ତେବେ ଗାଁଗହଳି ବ୍ୟତୀତ ସହରାଞ୍ଚଳରେ ମଧ୍ୟ ଅନେକ ଔଷଧ ଦୋକାନରେ ଏହି କାରବାରର ଛାପ ମିଳିପାରିବ ଏଥିରେ କୌଣସି ସନ୍ଦେହ ନାହିଁ। ତେବେ ଲୋକଙ୍କ ଆବଶ୍ୟକତା କ୍ଷେତ୍ରରେ କିଛି ବ୍ୟବସାୟୀ ଅଳ୍ପ ଲାଭ ପାଇଁ ଲୋକଙ୍କ ଜୀବନ ସହ ଖେଳୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri