Posted inଜାତୀୟ

ମହୁଆଙ୍କୁ ବହିଷ୍କାର ନିଷ୍ପତ୍ତି ପୂର୍ବରୁ ଆଲୋଚନା ହେଉ

ନୂଆଦିଲ୍ଲୀ,୫ା୧୨(ପି.ଟି.): ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ୍‌ କରିଥିଲା। ଉକ୍ତ ରିପୋର୍ଟ ଉପରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୃହରେ ଆଲୋଚନା କରିବା ନିମନ୍ତେ ବିରୋଧୀ ସଦସ୍ୟମାନେ ସୋମବାର ଦାବି କରିଛନ୍ତି। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଅଧ୍ୟକ୍ଷତାରେ ବିଜ୍‌ନେସ ଆଡଭାଇଜରୀ କମିଟି ବୈଠକ ଚାଲିଥିବାବେଳେ ବିରୋଧୀ ସଦସ୍ୟ ଉପରୋକ୍ତ ଦାବି ଉଠାଇଥିଲେ। ମହୁଆଙ୍କ ଉପରେ ଏଥିକ୍ସ କମିଟି ରିପୋର୍ଟ ମଙ୍ଗଳବାର ଲୋକ ସଭାରେ ଉପସ୍ଥାପନ ହେବା ଆଶା କରାଯାଉଛି। ଉପନିବେଶ ସମୟର ଅପରାଧ ଆଇନ ସ୍ଥାନରେ ଅଣାଯାଇଥିବା ୩ ବିଲ୍‌ ଉପରେ ଆଲୋଚନା ପାଇଁ ୧୨ ଘଣ୍ଟା ସମୟ ଦେବାକୁ ଆଡଭାଇଜରି କମିଟି ନିଷ୍ପତ୍ତି ନେଇଛି। ସେହିପରି ମୁଖ୍ୟ ନିର୍ବାଚନ କମିଶନ ଏବଂ ଅନ୍ୟ ନିର୍ବାଚନ କମିଶନଙ୍କ (ନିଯୁକ୍ତି, ସେବା ନିୟମ ଓ ସର୍ତ୍ତାବଳୀ) ବିଲ୍‌ ଉପରେ ୩ ଘଣ୍ଟା ଆଲୋଚନା କରିବାକୁ ସ୍ଥିର ହୋଇଛି। ଭାଜପା ଏମ୍‌ପି ବିନୋଦ ସୋଙ୍କରଙ୍କ ଅଧ୍ୟକ୍ଷତାରେ ଗଠିତ ଲୋକ ସଭା ଏଥିକ୍ସ କମିଟି ରିପୋର୍ଟ ନଭେମ୍ବର ୯ରେ ଗୃହୀତ ହୋଇଥିଲା। କ୍ୟାଶ୍‌ ଫର୍‌ କ୍ୱେରି ଅଭିଯୋଗରେ ମହୁଆଙ୍କୁ ନିମ୍ନ ସଦନରୁ ବହିଷ୍କାର କରିବା ପାଇଁ ଏଥିରେ ସୁପାରିସ କରାଯାଇଛି। ଉକ୍ତ ରିପୋର୍ଟ ସପକ୍ଷରେ ଗୃହ ଭୋଟ ଦେଲେ ମହୁଆଙ୍କୁ ବହିଷ୍କାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri