ଟିକା ପାଇଁ ଚିଠି

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା ଉତ୍ପାଦନକାରୀ ସଂସ୍ଥାକୁ ଚିଠି ଲେଖିଛନ୍ତି। କେଉଁ ପର୍ଯ୍ୟାୟରେ କେତେ ଟିକା ଦରକାର, ସେନେଇ ଗୁରୁବାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପ୍ରଦୀପ୍ତ କୁମାର ମହାପାତ୍ର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର ପରିଚାଳନା ନିର୍ଦ୍ଦେଶକ ଏବଂ ଭାରତ ବାୟୋଟେକ୍‌କୁ ଚିଠି ଲେଖିଛନ୍ତି। ଉଭୟ ସଂସ୍ଥାରୁ ରାଜ୍ୟ ସରକାର ମୋଟ ୨ କୋଟି ୩୦ଲକ୍ଷ ୩୪ ହଜାର ଟିକା ଆଣିବାକୁ ଅର୍ଡର ଦେଇଛନ୍ତି। ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରୁ ସରକାର ମେ’ ମାସ ପାଇଁ ୪୦ ଲକ୍ଷ, ଜୁନ୍‌, ଜୁଲାଇ ଏବଂ ଅଗଷ୍ଟ ପାଇଁ ମାସିକ ୬୦ ଲକ୍ଷ ଡୋଜ୍‌ କୋଭିଶିଲ୍ଡ କିଣିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ଭାରତ ବାୟୋଟେକ୍‌ଠାରୁ ୧୦ଲକ୍ଷ ୩୪ ହଜାର ଡୋଜ୍‌ କୋଭାକ୍ସିନ ସରକାର କ୍ରୟ ଆଦେଶ ଦେଇଛନ୍ତି। ମେ’ ୩୧ ସୁଦ୍ଧା ୫ ଲକ୍ଷ ଏବଂ ବାକି ୫.୩୪ ଲକ୍ଷ କୋଭାକ୍ସିନ ଡୋଜ୍‌ ଜୁନ୍‌ ୧୫ ସୁଦ୍ଧା ଯୋଗାଇ ଦେବାକୁ ଏସିଏସ୍‌ ଭାରତ ବାୟୋଟେକ୍‌କୁ ଚିଠି ଲେଖି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ମେ’ ପହିଲାରୁ ୧୮ରୁ ୪୪ ବର୍ଷ ବର୍ଗଙ୍କୁ ମାଗଣା ଟିକା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଟିକା ଯୋଗାଡ଼ ପାଇଁ ପ୍ରସ୍ତୁତି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?