Posted inଜାତୀୟ

ଅନ୍ତର୍ଜାତୀୟ ବଜାରରୁ ଟିକା କିଣିବା ସହ ୯ ପ୍ରସ୍ତାବ ଦେଲେ ବିରୋଧୀ

ନୂଆଦିଲ୍ଲୀ, ୧୨।୫: ଦେଶରେ କରୋନାର ଦ୍ୱିତୀୟ ଲହର ପ୍ରବଳ ବେଗରେ ମାଡ଼ିଚାଲିଥିବା ବେଳେ ହସ୍ପିଟାଲଗୁଡ଼ିକରେ ରୋଗୀ ଚିକିତ୍ସା ପାଇଁ ବେଡ୍‌ ମିଳୁନି। ପ୍ରତିଦିନ ହଜାର ହଜାର ଲୋକ ପ୍ରାଣ ହରାଉଛନ୍ତି। ଏହାକୁ ସର୍ବନାଶକାରୀ ମାନବୀୟ ଦୁଃଖ ଭାବେ ଅଭିହିତ କରି ଏହାକୁ ରୋକିବା ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଦେଶର ୧୨ ପ୍ରମୁଖ ବିରୋଧୀ ଦଳ ଦାବି କରିଛନ୍ତି। ବିରୋଧୀ ଦଳଗୁଡ଼ିକ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ସମସ୍ତଙ୍କୁ ମାଗଣାରେ ଟିକା ଦେବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ୯ଟି ପ୍ରସ୍ତାବ ଦେଇଛନ୍ତି। ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବା ଏବଂ କୃଷି ଆଇନ ପ୍ରତ୍ୟାହାର କରିନେବା ପାଇଁ ମଧ୍ୟ ସେମାନେ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କୁ ବ୍ୟକ୍ତିଗତ ଭାବେ ଓ ମିଳିତ ଭାବେ ଏକାଧିକ ଥର ବିଭିନ୍ନ ପ୍ରସ୍ତାବ ଓ ପରାମର୍ଶ ଦିଆଗଲାଣି। ତେବେ ଦୁର୍ଭାଗ୍ୟର କଥା ସରକାର ଏହାକୁ ଅଣଦେଖା କରୁଛନ୍ତି । ଫଳରେ ଦେଶ ଆଜି ଏଭଳି ସ୍ଥିତିରେ ପହଞ୍ଚତ୍ଛି ବୋଲି ଚିଠିରେ କୁହାଯାଇଛି। ବିଏସ୍‌ପି ଏବଂ ଆମ୍‌ ଆଦ୍‌ମୀ ପାର୍ଟି ବ୍ୟତୀତ ଅନ୍ୟ ପ୍ରମୁଖ ବିରୋଧୀ ଦଳର ପ୍ରତିନିଧି ଉକ୍ତ ପତ୍ରରେ ସ୍ବାକ୍ଷର କରିଛନ୍ତି।

ବିରୋଧୀ ଦଳ ଦେଇଥିବା ପ୍ରସ୍ତାବ:

-ଘରୋଇ ସମେତ ଅନ୍ତର୍ଜାତୀୟ ବଜାରରୁ କେନ୍ଦ୍ର ସରକାର ଟିକା କିଣନ୍ତୁ

-ତୁରନ୍ତ ମାଗଣା ଓ ସାର୍ବଜନିନ ଗଣ ଟିକାକରଣ ଅଭିଯାନ ଆରମ୍ଭ ହେଉ

-ଘରୋଇ ଟିକା ଉତ୍ପାଦନ ବୃଦ୍ଧି ପାଇଁ ବାଧ୍ୟତାମୂଳକ ଲାଇସେନ୍ସ

-ଟିକାକରଣ ପାଇଁ ବଜେଟରେ ବ୍ୟୟବରାଦ ହୋଇଥିବା ୩୫,୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉ

– ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ ବନ୍ଦ କରି ସେହି ଅର୍ଥକୁ ଅକ୍ସିଜେନ ଓ ଟିକା ପାଇଁ ବ୍ୟବହାର କରାଯାଉ

-ହିସାବ ବହିର୍ଭୁକ୍ତ ଘରୋଇ ଟ୍ରଷ୍ଟ ଫଣ୍ଡ ଏବଂ ପିଏମ୍‌ କେୟାର୍ସ ପାଣ୍ଠିରେ ଟିକା, ଅକ୍ସିଜେନ୍‌ ଏବଂ ମେଡିକାଲ ଉପକରଣ କିଣାଯାଉ

– ବେରୋଜଗାରୀମାନଙ୍କୁ ମାସିକ ୬୦୦୦ ଟଙ୍କା ଦିଆଯାଉ

-ଗରିବଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଯାଉ

-ଚାଷୀମାନଙ୍କୁ କରୋନା କବଳରୁ ବଞ୍ଚାଇବା ପାଇଁ ନୂଆ କୃଷି ଆଇନ ପ୍ରତ୍ୟାହାର କରାଯାଉ


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?