ଶିକ୍ଷକଙ୍କ ଉପରେ ଅଙ୍କୁଶ, ଛୁଟି ନ ଦେବାକୁ ଚିଠି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ଦୀର୍ଘଦିନ ଧରି ସ୍ଥାୟୀ ନିଯୁକ୍ତି ଦାବି କରିଆସୁଛନ୍ତି। ଏହି କ୍ରମରେ ଗତ ୧ ତାରିଖରେ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଓ ୩ ତାରିଖରେ ଓଡ଼ିଶା ସରକାରୀ ହାଇସ୍କୁଲ ସିବିଟି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥି ଏସ୍‌ଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ସଚିବ ଅଶ୍ୱିନୀ ମିଶ୍ର ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ୬ଜଣିଆ ପ୍ରତିନିଧି ଦଳ ସହ ଆଲୋଚନା କରିଥିଲେ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଓଡ଼ିଶା ସରକାରୀ ହାଇସ୍କୁଲ ସିବିଟି ଶିକ୍ଷକ ସଂଘର ୧୦ ଜଣିଆ ପ୍ରତିନିଧି ଦଳ ସହ ଆଲୋଚନା କରି ଦାବି ପୂରଣ ନେଇ ପ୍ରତିଶ୍ରୁତି ଦେଇଥିଲେ। ଦିନ ପରେ ଦିନ ଗଡ଼ି ଚାଲିଥିବାବେଳେ, ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ମିଳୁଥିଲେ ମଧ୍ୟ ସ୍ଥାୟୀ ନିଯୁକ୍ତି ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଉନାହିଁ। ତେବେ ବିଜ୍ଞପ୍ତି ନ ବାହାରିବା ଯାଏ ଆନ୍ଦୋଳନ ପ୍ରତ୍ୟାହାର ନ କରିବା ଜିଦରେ ଅଟଳ ଥିବା ଶିକ୍ଷକଙ୍କ ଉପରେ ବର୍ତ୍ତମାନ ଉପରସ୍ତରରୁ ଚାପ ପଡ଼ୁଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଏପରିକି ସରକାରୀ ସ୍ତରରେ ମଧ୍ୟ ଅଙ୍କୁଶ ଲଗାଯାଇଛି। ଏନେଇ ବିଭିନ୍ନ ଜିଲା ଶିକ୍ଷାଧିକାରୀ ସଂପୃକ୍ତ ଜିଲାର ପ୍ରଧାନଶିକ୍ଷକଙ୍କୁ ଚିଠି ଲେଖିଛନ୍ତି। ବର୍ତ୍ତମାନ ଶିକ୍ଷକମାନଙ୍କୁ ଛୁଟି ପ୍ରଦାନ ନ କରିବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ନୂତନ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ ଶିକ୍ଷକମାନେ ବିଦ୍ୟାଳୟରେ ରହିବା ଜରୁରୀ ବୋଲି ଚିଠିରେ ଦର୍ଶାଯାଇଛି। ମାତ୍ର ଏହାର ମୁଖ୍ୟ ଉଦ୍ଦେଶ୍ୟ ଶିକ୍ଷକମାନଙ୍କୁ ଆନ୍ଦୋଳନରୁ ବିରତ ରଖିବା ବୋଲି ଆନ୍ଦୋଳନକାରୀ ଶିକ୍ଷକମାନେ କହିଛନ୍ତି। ସେହପରି ପୂର୍ବରୁ ଆନ୍ଦୋଳନରେ ଯୋଗଦେଇଥିବା ଶିକ୍ଷୟିତ୍ରୀଶିକ୍ଷକଙ୍କ ନାମ ଓ ଛୁଟି ନେଇଥିବା ତାରିଖ ସମ୍ପର୍କରେ ସୂଚନା ଦେବାକୁ କୁହାଯାଇଛି। ସଂପୃକ୍ତ ଶିକ୍ଷକ ଛୁଟି ପାଇଁ ପୂର୍ବରୁ ଆବେଦନ କରିଥିଲେ କି ନାହିଁ, ଯଦି ଆବେଦନ କରିଥିଲେ ପ୍ରଧାନ ଶିକ୍ଷକ ଏ ଦିଗରେ ଅବଗତ ଥିଲେ କି ନାହିଁ ସେ ସମ୍ପର୍କରେ ସୂଚନା ଦେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକଙ୍କ ଛୁଟି ନେବା ଦିଗରେ ନାନା ପ୍ରଶ୍ନ ଉଠାଇ ସେମାନଙ୍କ ସ୍ବର ଚାପିବାକୁ ଉଦ୍ୟମ ହେଉଥିବା କୁହାଯାଇଛି। ବଢ଼ୁଥିବା ଚାପ କାରଣରୁ ଲୋୟର ପିଏମଜିରୁ ଆନ୍ଦୋଳନରତ ଅନେକ ଶିକ୍ଷକଶିକ୍ଷୟିତ୍ରୀ ଘରକୁ ଫେରୁଛନ୍ତି। ଆନ୍ଦୋଳନକାରୀ ଧାରଣାସ୍ଥଳରୁ ବାହୁଡ଼ିଗଲେ ସରକାର ମଧ୍ୟ ନିଜ ପ୍ରତିଶ୍ରୁତିରୁ ଓହରିଯିବେ ବୋଲି ଶିକ୍ଷକମାନେ ଆଶଙ୍କା କରୁଛନ୍ତି। ବୁଧବାର ସନ୍ଧ୍ୟା ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ହୋଇ ନ ଥିବାବେଳେ ଗୁରୁବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ନେଇ ସେମାନେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?