ବିଭିନ୍ନ ସମସ୍ୟାର ସମାଧାନ ନେଇ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତର ବିଭିନ୍ନ ସମସ୍ୟା ସମାଧାନ ନେଇ ସମିତିସଭ୍ୟ ସିଦ୍ଧାନ୍ତ ଶଙ୍କର ସାହୁଙ୍କ ନେତୃତ୍ୱରେ କେନ୍ଦୁଝର ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ବିଶେଷକରି ପଦ୍ମପୁର ଲକ୍ଷ୍ମୀପଡ଼ିଆଠାରୁ ପୁଟୁଳିଆ ଦେଇ ଜଡ଼ିଚାତର ଗ୍ରାମକୁ ରାସ୍ତା ନିର୍ମାଣ, ପଦ୍ମପୁର ହନୁମାନମନ୍ଦିରଠାରୁ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ କଂକ୍ରିଟ ରାସ୍ତା ନିର୍ମାଣ କରିବାକୁ ଅର୍ଥ ଅନୁମୋଦନ କରିବାକୁ ଦାବି ହୋଇଛି। ଜଡ଼ିଚାତର ଗ୍ରାମରେ ନିର୍ମାଣାଧୀନ କଲ୍ୟାଣମଣ୍ତପ କାର୍ଯ୍ୟ ଶେଷ କରିବାକୁ ଲିଖିତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। କଲ୍ୟାଣମଣ୍ତପ ସରି ନ ଥିବାରୁ ଉକ୍ତ ସ୍ଥାନରେ ମଦ୍ୟପମାନଙ୍କର ଆଡ୍ଡା ଜମୁଥିବା ବେଳେ ଅସାମାଜିକ କାର୍ଯ୍ୟ ଚାଲୁଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ପଦ୍ମପୁର ପଞ୍ଚାୟତ ସରପଞ୍ଚ ଚପଳା ସାମଲ, ପୂର୍ବତନ ନଗରପାଳ ମୀନା ମାଝି,ରାଜେନ୍ଦ୍ର ସାହୁ,ସତ୍ୟବ୍ରତ ସାହୁ, ଆୟୁଷମାନ ପୃଷ୍ଟି, ସୁବ୍ରତ ସାହୁ, ସୌମ୍ୟରଞ୍ଜନ ସାହୁ, ଗୌତମ ସାହୁ,ଗୌତମ ସେଠୀ,ଜ୍ୟୋତି ପ୍ରକାଶ ପୃଷ୍ଟି, ତୁଷାର ସାହୁ, ପବିତ୍ର ମିଶ୍ର,ସାଗର ସାହୁ,ଦୟାନିଧି ସାହୁ, ପ୍ରତୀକ ସୁନ୍ଦର ସାହୁ ପ୍ରମୁଖ ଏହି ଦାବିପତ୍ର ଦେଇଥିଲେ। କେନ୍ଦୁଝର ଜିଲା ପ୍ରଶାସନ ଏହି ସମସ୍ୟା ଦିଗରେ କାର୍ଯ୍ୟକାରୀ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri