ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି

ପୁରୀ,୧୭ା୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍‌ ଖୋଲି ଖଳପ୍ରକୃତିର ଲୋକେ ଅନ୍‌ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ ଠକାମିର ଶିକାର ହୋଇଥିବା ଜାଣିବାକୁ ପାଉଥିଲେ। ଫଳରେ ସେମାନେ ସମସ୍ୟା ଭୋଗୁଥିଲେ। ଏହି ଘଟଣା ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଚିନ୍ତାର କାରଣ ପାଲଟିଥିଲା। ତେଣୁ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଛି। ସମ୍ପୃକ୍ତ ଠକମାନଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସକାଶେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ରାଇମ୍‌ବ୍ରାଞ୍ଚକୁ ଚିଠି ଲେଖାଯାଇଛି।

ଏନେଇ ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ୱେବସାଇଟ୍‌ ଖୋଲି ଠକେଇ ଘଟଣା ନଜରକୁ ଆସିବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିରର ନିଜସ୍ବ ୱେବସାଇଟ୍‌ www.srijagannath.in ଏବଂ www.satyapurijagannath.in ମାଧ୍ୟମରେ ଭକ୍ତନିବାସଗୁଡିକର ବୁକିଂ ହୋଇଆସୁଛି। କିନ୍ତୁ ଅନେକ ଖଳବ୍ୟକ୍ତି ନକଲି ୱେବସାଇଟ୍‌ ତିଆରିକରି ଭକ୍ତନିବାସ ନାମରେ ଲୋକଙ୍କୁ ଠକେଇ କରିଥିବାର ପ୍ରମାଣ ପାଇଛି ଶ୍ରୀମନ୍ଦିର ପ୍ରଶାସନ। ଏପରିକି ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ଏହି ଠକେଇ ପାଇଁ ଦେଣନେଣ ହୋଇଛି। ତେଣୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ଚିଠିରେ କ୍ରାଇମବ୍ରାଞ୍ଚକୁ ଅନୁରୋଧ କରାଯାଇଛି। ଏହାସହିତ ପୂର୍ବରୁ ବିଭିନ୍ନ ଥାନାରେ ଦାଖଲ ହୋଇଥିବା ଏଫ୍‌ଆଇଆର୍‌ଗୁଡ଼ିକର ତଥ୍ୟ ସଂଲଗ୍ନ କରାଯାଇଛି ବୋଲି ଡ. ପାଢୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri