ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି

ପୁରୀ,୧୭ା୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍‌ ଖୋଲି ଖଳପ୍ରକୃତିର ଲୋକେ ଅନ୍‌ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ ଠକାମିର ଶିକାର ହୋଇଥିବା ଜାଣିବାକୁ ପାଉଥିଲେ। ଫଳରେ ସେମାନେ ସମସ୍ୟା ଭୋଗୁଥିଲେ। ଏହି ଘଟଣା ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଚିନ୍ତାର କାରଣ ପାଲଟିଥିଲା। ତେଣୁ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଛି। ସମ୍ପୃକ୍ତ ଠକମାନଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସକାଶେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କ୍ରାଇମ୍‌ବ୍ରାଞ୍ଚକୁ ଚିଠି ଲେଖାଯାଇଛି।

ଏନେଇ ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ୱେବସାଇଟ୍‌ ଖୋଲି ଠକେଇ ଘଟଣା ନଜରକୁ ଆସିବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିରର ନିଜସ୍ବ ୱେବସାଇଟ୍‌ www.srijagannath.in ଏବଂ www.satyapurijagannath.in ମାଧ୍ୟମରେ ଭକ୍ତନିବାସଗୁଡିକର ବୁକିଂ ହୋଇଆସୁଛି। କିନ୍ତୁ ଅନେକ ଖଳବ୍ୟକ୍ତି ନକଲି ୱେବସାଇଟ୍‌ ତିଆରିକରି ଭକ୍ତନିବାସ ନାମରେ ଲୋକଙ୍କୁ ଠକେଇ କରିଥିବାର ପ୍ରମାଣ ପାଇଛି ଶ୍ରୀମନ୍ଦିର ପ୍ରଶାସନ। ଏପରିକି ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ଏହି ଠକେଇ ପାଇଁ ଦେଣନେଣ ହୋଇଛି। ତେଣୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ଚିଠିରେ କ୍ରାଇମବ୍ରାଞ୍ଚକୁ ଅନୁରୋଧ କରାଯାଇଛି। ଏହାସହିତ ପୂର୍ବରୁ ବିଭିନ୍ନ ଥାନାରେ ଦାଖଲ ହୋଇଥିବା ଏଫ୍‌ଆଇଆର୍‌ଗୁଡ଼ିକର ତଥ୍ୟ ସଂଲଗ୍ନ କରାଯାଇଛି ବୋଲି ଡ. ପାଢୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri