ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ଚିଠି

କେନ୍ଦୁଝର,୨୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଖଣ୍ଟଘରଠାରେ ଦୀର୍ଘ ବର୍ଷ ହେଲା ବିନା ଅନୁମତିରେ ଚାଲୁଥିବା ୨ ବେଆଇନ କ୍ରଶରକୁ ବନ୍ଦ କରିବା ପାଇଁ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ କ୍ରଶରକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ପାଇଁ ଆନନ୍ଦପୁର ନିର୍ବାହୀ ଯନ୍ତ୍ରୀଙ୍କୁ ବିଭାଗ ପକ୍ଷରୁ ସୋମବାର ଚିଠି କରାଯାଇଛି। ଅନ୍ୟପକ୍ଷେ ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏହାକୁ ନେଇ ଗତ ୧୨ ତାରିଖରେ ନୋଟିସ୍‌ କରାଯାଇଥିଲା। ନୋଟିସ୍‌ର ୧୫ ଦିନ ପୂରିଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କ’ଣ ପଦକ୍ଷେପ ଗ୍ରହଣ କରୁଛନ୍ତି ତାହା ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି ା
ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ନିର୍ଦ୍ଦେଶ କ୍ରମେ ଘଟଗାଁ ରେଞ୍ଜର ପ୍ରଭାତ କୁଅଁର ସୋମବାର (୬୨୪/୨୬-୦୯-୨୦୨୨)ରେ ବିଦ୍ୟୁତ୍‌ ବିଭାଗକୁ ଚିଠି କରି ବିଦ୍ୟୁତ୍‌ ବିଚ୍ଛିନ୍ନ ପାଇଁ ଅନୁରୋଧ କରିଛନ୍ତି। ବନ ବିଭାଗ ଗତ ୨୨ ତାରିଖରେ ଚିଠି (ନଂ. ୬୧୧/୨୦୨୨)ରେ ଉକ୍ତ କ୍ରଶରର ପରିଚାଳନା ନିର୍ଦ୍ଦେଶକ ଅଂକୁଶ ଅଗ୍ରଓ୍ବାଲଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରିବା ସହ କ୍ରସର ବନ୍ଦ କରିବାକୁ ଆଦେଶ କରିଥିଲେ। ଏହାକୁ ଅବଜ୍ଞା କରି ଦିନ ରାତି କ୍ରଶର ଚାଲି ଆସୁଥିବାରୁ ବନ ବିଭାଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଏ ନେଇ ଡିଏଫ୍‌ଓ ଏଚ୍‌ଡି ଧନରାଜ କହିଛନ୍ତି, ବେଆଇନ କ୍ରଶର ଦ୍ୱାରା ବନ୍ୟପ୍ରାଣୀ ବହୁ ମାତ୍ରାରେ ପ୍ରଭାବିତ ହେବା ସହ ପ୍ରଦୂଷଣ ବ୍ୟାପୁଥିବାରୁ ସ୍ଥାନୀୟ ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ କୁପ୍ରଭାବ ପକାଉଛି। ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗର ବିନା ଅନୁମତିରେ ଏହା ଚାଲୁଥିବାରୁ ଉଭୟ କ୍ରଶର ଓ କ୍ୱାରି ବନ୍ଦ କରିବାକୁ ଆଦେଶ କରାଯାଇଛି। ବେଆଇନ କାମରେ ଘଟଗାଁ ରାଜସ୍ବ ବିଭାଗର ଦୁର୍ନୀତିଗ୍ରସ୍ତ ବାବୁଙ୍କ ସମ୍ପୃକ୍ତିକୁ ନେଇ ସନ୍ଦେହ ସୃଷ୍ଟି ହେଉଛି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ହୋଇଥିବା କ୍ଷତିର ଭରଣା ସେମାନଙ୍କଠାରୁ କରିବାକୁ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଦାବି କରିଛନ୍ତି। ଜଙ୍ଗଲ ନିକଟରେ କ୍ରଶର ହୋଇଥିବାରୁ ଶବ୍ଦ ଓ ବାୟୁ ପ୍ରଦୂଷଣ ଯୋଗୁ ଜଙ୍ଗଲ ଜୀବଜନ୍ତୁ ପ୍ରଭାବିତ ହେଉଛନ୍ତି। ରାତିରେ କ୍ରଶର ଉଚ୍ଚ ଶକ୍ତି ସମ୍ପନ୍ନ ଲାଇଟ୍‌ ଏବଂ ଶବ୍ଦରେ ଜଙ୍ଗଲ ଜୀବଜନ୍ତୁଙ୍କ ଯାତାୟାତ ପ୍ରଭାବିତ ହେଉଥିବା ଘଟଗାଁ ରେଞ୍ଜର ପ୍ରଭାତ କୁଅଁର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri