ପ୍ରଦୂଷଣ ରୋକିବାକୁ ଜିଲାପାଳଙ୍କୁ ଚିଠି

କେନ୍ଦୁଝର,୧୫।୧୧(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗ-ବାମେବାରୀ ରାସ୍ତାରେ ଲୁହାପଥର ବୋଝେଇ ଟ୍ରକ୍‌, ଟ୍ରେଲର ଆଦି ଭାରୀଯାନ ଚଳାଚଳ କରୁଛି। ଧୂଳି ଉଡ଼ି ବାୟୁମଣ୍ଡଳ ପ୍ରଦୂଷିତ ହେବା ସହ ରାସ୍ତା ଭାଙ୍ଗି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ପ୍ରଦୂଷଣ ଯୋଗୁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ଗ୍ରାମର ଲୋକେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଏହାକୁ ନେଇ ପୁଞ୍ଜିଭୂତ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ପ୍ରଦୂଷଣ ରୋକିବା ପାଇଁ କଣ୍ତରାପଶି ପଞ୍ଚାୟତର ସରପଞ୍ଚ ସାବିତ୍ରୀ ନାଏକ ଏବଂ ୱାର୍ଡମେମ୍ବରଙ୍କ ସମେତ ଗ୍ରାମବାସୀ ସୋମବାର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଚିଠି ଲେଖିଛନ୍ତି। ୭ ଦିନ ମଧ୍ୟରେ ସମାଧାନ ନ ହେଲେ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଖଣିଖାଦାନ ଯୋଡ଼ା ଅଞ୍ଚଳକୁ ସଂଯୋଗ କରିଥିବା ଏହି ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ଥିବାବେଳେ ନିୟମିତ ମରାମତି ହେଉ ନ ଥିବାରୁ ଲୋକେ ଯିବାଆସିବା କରିବାରେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ୍‌, ଟ୍ରେଲର ଆଦି ଯାତାୟାତ ଯୋଗୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ପ୍ରଦୂଷଣ ଯୋଗୁ ଲୋକେ ଶ୍ୱାସଜନିତ ରୋଗରେ ଆକ୍ରାନ୍ତ ହେବା ସହ ଜଳାଶୟ, ଘର, ବାଡ଼ି ବଗିଚା, ଚାଷଜମି ଆଦି କ୍ଷତିଗ୍ରସ୍ତ ହେଉଛି। ସେହିପରି ରାସ୍ତା ଖରାପ ହେବାରୁ ଗାଡ଼ି ଚଳାଚଳରେ ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri