ପ୍ରଦୂଷଣ ରୋକିବାକୁ ଜିଲାପାଳଙ୍କୁ ଚିଠି

କେନ୍ଦୁଝର,୧୫।୧୧(ସ୍ବ.ପ୍ର): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗ-ବାମେବାରୀ ରାସ୍ତାରେ ଲୁହାପଥର ବୋଝେଇ ଟ୍ରକ୍‌, ଟ୍ରେଲର ଆଦି ଭାରୀଯାନ ଚଳାଚଳ କରୁଛି। ଧୂଳି ଉଡ଼ି ବାୟୁମଣ୍ଡଳ ପ୍ରଦୂଷିତ ହେବା ସହ ରାସ୍ତା ଭାଙ୍ଗି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ପ୍ରଦୂଷଣ ଯୋଗୁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ଗ୍ରାମର ଲୋକେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଏହାକୁ ନେଇ ପୁଞ୍ଜିଭୂତ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ପ୍ରଦୂଷଣ ରୋକିବା ପାଇଁ କଣ୍ତରାପଶି ପଞ୍ଚାୟତର ସରପଞ୍ଚ ସାବିତ୍ରୀ ନାଏକ ଏବଂ ୱାର୍ଡମେମ୍ବରଙ୍କ ସମେତ ଗ୍ରାମବାସୀ ସୋମବାର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଚିଠି ଲେଖିଛନ୍ତି। ୭ ଦିନ ମଧ୍ୟରେ ସମାଧାନ ନ ହେଲେ ବାଧ୍ୟହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଖଣିଖାଦାନ ଯୋଡ଼ା ଅଞ୍ଚଳକୁ ସଂଯୋଗ କରିଥିବା ଏହି ରାସ୍ତା ବିପଦପୂର୍ଣ୍ଣ ଅବସ୍ଥାରେ ଥିବାବେଳେ ନିୟମିତ ମରାମତି ହେଉ ନ ଥିବାରୁ ଲୋକେ ଯିବାଆସିବା କରିବାରେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ୍‌, ଟ୍ରେଲର ଆଦି ଯାତାୟାତ ଯୋଗୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ପ୍ରଦୂଷଣ ଯୋଗୁ ଲୋକେ ଶ୍ୱାସଜନିତ ରୋଗରେ ଆକ୍ରାନ୍ତ ହେବା ସହ ଜଳାଶୟ, ଘର, ବାଡ଼ି ବଗିଚା, ଚାଷଜମି ଆଦି କ୍ଷତିଗ୍ରସ୍ତ ହେଉଛି। ସେହିପରି ରାସ୍ତା ଖରାପ ହେବାରୁ ଗାଡ଼ି ଚଳାଚଳରେ ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri