ଡୁଡୁକାଠେଙ୍ଗା ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି

କୋକସରା,୭ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ଓ୍ବେ ଦର୍ଲିପଡ଼ା ଛକରୁ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଓ ଧବେନ ଚଞ୍ଚରା ୭ କିଲୋମିଟର ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ପଞ୍ଚାୟତର ଜଙ୍ଗଲ ପାଦଦେଶରେ ରହୁଥିବା ଅନେକ ଗାଁର ଲୋକେ ପଞ୍ଚାୟତ ଓ ବ୍ଲକ ମୁଖ୍ୟାଳୟକୁ ଯିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ନିର୍ବାଚିତ ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କୁ ରାସ୍ତା ନିର୍ମାଣ ପାଇଁ ଅଭିଯୋଗ କରାଯାଇଛି। ହେଲେ ଅଦ୍ୟାବଧି ରାସ୍ତା ନିର୍ମାଣ ହୋଇ ପାରିନାହିଁ। ଫଳରେ ବର୍ଷା ହେଲେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଏହି ପଞ୍ଚାୟତର ମୁନୁଗା ପଦର ଓ ଧୋବେନ ଚଞ୍ଚରା ଗ୍ରାମବାସୀ। ପଞ୍ଚାୟତକୁ ପିଡିଏସ୍‌ ସାମଗ୍ରୀ ଆଣିବାକୁ ହେଉ ଅବା ଅନ୍ୟ କୌଣସି କାର୍ଯ୍ୟରେ ବ୍ଲକ କାର୍ଯ୍ୟାଳୟକୁ ଯିବା ଆସିବା ପାଇଁ ହଇରାଣ ହେଉଛନ୍ତି। ଏନେଇ ଡୁଡୁକାଠେଙ୍ଗା ପଞ୍ଚାୟତ ସରପଞ୍ଚ ହରିପ୍ରିୟା ନାଗ ପଞ୍ଚାୟତରେ ଏକ ରେଜୁଲେଶନ କରି ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ଅଧିକାରୀଙ୍କୁ ଦର୍ଲିପଡ଼ା ଛକରୁ ମୁନୁଗା ପଦର ଓ ଧୋବେନ ଚଞ୍ଚରା ୭ କିଲୋମିଟର ରାସ୍ତା ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କିମ୍ବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri