ଡୁଡୁକାଠେଙ୍ଗା ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି

କୋକସରା,୭ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ଓ୍ବେ ଦର୍ଲିପଡ଼ା ଛକରୁ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଓ ଧବେନ ଚଞ୍ଚରା ୭ କିଲୋମିଟର ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ପଞ୍ଚାୟତର ଜଙ୍ଗଲ ପାଦଦେଶରେ ରହୁଥିବା ଅନେକ ଗାଁର ଲୋକେ ପଞ୍ଚାୟତ ଓ ବ୍ଲକ ମୁଖ୍ୟାଳୟକୁ ଯିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ନିର୍ବାଚିତ ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କୁ ରାସ୍ତା ନିର୍ମାଣ ପାଇଁ ଅଭିଯୋଗ କରାଯାଇଛି। ହେଲେ ଅଦ୍ୟାବଧି ରାସ୍ତା ନିର୍ମାଣ ହୋଇ ପାରିନାହିଁ। ଫଳରେ ବର୍ଷା ହେଲେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଏହି ପଞ୍ଚାୟତର ମୁନୁଗା ପଦର ଓ ଧୋବେନ ଚଞ୍ଚରା ଗ୍ରାମବାସୀ। ପଞ୍ଚାୟତକୁ ପିଡିଏସ୍‌ ସାମଗ୍ରୀ ଆଣିବାକୁ ହେଉ ଅବା ଅନ୍ୟ କୌଣସି କାର୍ଯ୍ୟରେ ବ୍ଲକ କାର୍ଯ୍ୟାଳୟକୁ ଯିବା ଆସିବା ପାଇଁ ହଇରାଣ ହେଉଛନ୍ତି। ଏନେଇ ଡୁଡୁକାଠେଙ୍ଗା ପଞ୍ଚାୟତ ସରପଞ୍ଚ ହରିପ୍ରିୟା ନାଗ ପଞ୍ଚାୟତରେ ଏକ ରେଜୁଲେଶନ କରି ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ଅଧିକାରୀଙ୍କୁ ଦର୍ଲିପଡ଼ା ଛକରୁ ମୁନୁଗା ପଦର ଓ ଧୋବେନ ଚଞ୍ଚରା ୭ କିଲୋମିଟର ରାସ୍ତା ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କିମ୍ବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri