ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

ଖୁଣ୍ଟୁଣୀ,୫।୮(ଡି.ଏନ୍‌.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା ପରିସରରେ ଆତ୍ମାହୁତି ଦେବେ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ଚିଠି ଲେଖିଛନ୍ତି ସାମାଜିକ କର୍ମୀ ଗୌରହରି ମହାନ୍ତି। ଏ ନେଇ ମହାନ୍ତି ଗତ ୨୫ ତାରିଖରେ ରାଷ୍ଟ୍ରପତିଙ୍କ ଶପଥଗ୍ରହଣ ଉତ୍ସବ ଦିନ ଏକ ମେଲ ଓ ପୋଷ୍ଟାଲରେ ଦୁଇଟି ଚିଠି ଲେଖି ପ୍ରଶାସନ ଓ ସରକାର ୨୦୧୩ରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଓ ୨୦୧୭ ଡିସେମ୍ବର ୯ ରେ ଲୋକ ଅଦାଲତ ଦେଇଥିବା ନିର୍ଦ୍ଦେଶକୁ କିପରି ଅବମାନନା କରିଛନ୍ତି, ତା’ର ନକଲ ପ୍ରଦାନ କରିଛନ୍ତି। ସେ ଏହି ନକଲର କପି ବୁଧବାର ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ୫-ଟି ସଚିବ, ସ୍ବାସ୍ଥ୍ୟ ନିର୍ଦ୍ଦେଶକ, ସଚିବ, ଜିଲ୍ଲାପାଳଙ୍କ ସମେତ ସମସ୍ତ ପଦାଧିକାରୀଙ୍କ ନିକଟକୁ ପଠାଇଛନ୍ତି। ସେ ଜୁନ ୧୪ରେ ଆତ୍ମାହୁତି ପାଇଁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅନୁମତି ମାଗି ଚିଠି ଲେଖିଥିଲେ। ହେଲେ ତା’ ପୂର୍ବରୁ ଜୁନ ୭ରେ ଜିଲାପାଳ ତାଙ୍କ ବାସଭବନ କାର୍ଯ୍ୟାଳୟକୁ ଗୌରହରିଙ୍କୁ ଡକାଇ ଅଦଲତଙ୍କ ନିର୍ଦ୍ଦେଶ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ କରିବେ ବୋଲି ପ୍ରତିଶ୍ରୁତି ଦେବାରେ ନିଷ୍ପତ୍ତିକୁ ସ୍ଥଗିତ ରଖିଥିଲେ ଗୌରହରି। ପୁଣି ପରଦିନ ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଧ୍ୟ ଭୁବନେଶ୍ୱରରେ ବିଭାଗୀୟ ଅଧିକାରୀଙ୍କୁ ଡାକି ଡାକ୍ତରଖାନା କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଇତିମଧ୍ୟରେ ୨ ମାସ ବିତି ଯାଇଥିଲେ ମଧ୍ୟ କାର୍ଯ୍ୟକାରୀ ନ ହେବାରୁ ସେ ଏଭଳି ନିଷ୍ପତ୍ତି ନେଲେ ବୋଲି କହିଛନ୍ତି। ସେ ଆଗାମୀ ୧୨ ଓ ୧୩ ତାରିଖରେ ଅହୋରାତ୍ର ଧାରଣା, ୧୪ରେ ଅନଶନ ଓ ୧୫ ତାରିଖରେ ଆତ୍ମାହୁତି ଦେବେ ବୋଲି ନିଷ୍ପତ୍ତ୍‌ି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?