‘ପିଏମ୍‌ ପୋଷଣ’ ଦ୍ବିତୀୟ କିସ୍ତି ପ୍ରଦାନ କରିବାକୁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୧୭।୩(ବ୍ୟୁରୋ):୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପିଏମ୍‌ ପୋଷଣ ଯୋଜନାର ଦ୍ବିତୀୟ କିସ୍ତି ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ବାରା ରାଜ୍ୟକୁ ଦ୍ବିତୀୟ କିସ୍ତି ମଞ୍ଜୁର ନ ହେବା ଯୋଗୁ ଅସୁବିଧା ସୃଷ୍ଟି ହେଉଛି। ବ୍ୟକ୍ତିଗତ ଭାବେ ଏହି ବିଷୟକୁ ଅନୁଧ୍ୟାନ କରିବା ସହ ଯଥାଶୀଘ୍ର ପିଏମ୍‌ ପୋଷଣର ସେୟାର ମଞ୍ଜୁର କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ମନ୍ତ୍ରୀ ଦାଶ ଅନୁରୋଧ କରିଛନ୍ତି। ସେ ତାଙ୍କ ଚିଠିରେ ଲେଖିଛନ୍ତି, ରାଜ୍ୟରେ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ‘ପିଏମ ପୋଷଣ’ କାର୍ଯ୍ୟକାରୀ ହେଉଛି। ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ କେନ୍ଦ୍ର ସରକାରଙ୍କ ଅଂଶ ବାବଦରେ ୫୯୬୮୧.୨୯ ଲକ୍ଷ ଏବଂ ରାଜ୍ୟ ଅଂଶ ବାବଦରେ ୪୫୨୯୦.୦୪ ଲକ୍ଷ ବ୍ୟବସ୍ଥା କରାଯାଇଥିଲା। ଏଥିମଧ୍ୟରୁ କେନ୍ଦ୍ର ସରକାର ଗତ ସେପ୍ଟେମ୍ବର ୨୦ରେ ପ୍ରଥମ କିସ୍ତି ବାବଦକୁ ୨୭୯୯୫.୩୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ପିଏମ ପୋଷଣ ଯୋଜନାର ଠିକ ପରିଚାଳନା ପାଇଁ ବଳକା ଅର୍ଥ ରାଜ୍ୟକୁ ମଞ୍ଜୁର କରାଯିବାର ଆବଶ୍ୟକତା ରହିଛି। ଗତବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ୭୯୦.୪୨ ଲକ୍ଷ ଟଙ୍କାର କେନ୍ଦ୍ର ଅଂଶ ଖର୍ଚ୍ଚ ହୋଇ ନ ଥିଲା। ସେହିପରି ପ୍ରଥମ କିସ୍ତି ବାବଦରେ ୨୭୯୯୫.୩୫ ଲକ୍ଷ ଟଙ୍କା ପ୍ରାପ୍ତ ହୋଇଛି। ସମୁଦାୟ ୨୮୭୮୫.୭୭ ଲକ୍ଷ ଟଙ୍କା କେନ୍ଦ୍ରରୁ ଗ୍ରହଣ କରାଯାଇଛି। ତେବେ ୨୦୨୨-୨୩ରେ କେନ୍ଦ୍ର ଅଂଶ ବାବଦରେ ୫୯୬୮୧.୨୯ ଲକ୍ଷ ଟଙ୍କାର ବଜେଟ ବ୍ୟବସ୍ଥା ହୋଇଥିଲା। ତେଣୁ ରାଜ୍ୟ ଆଉ ୩୦୮୯୫.୫୨ ଲକ୍ଷ ଟଙ୍କା ପାଇବାକୁ ବାକି ଥିବା ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି। ଦ୍ବିତୀୟ କିସ୍ତି ମଞ୍ଜୁର ନ ହେବା ଯୋଗୁ ଏହି ଯୋଜନା ପାଇଁ ଆବଶ୍ୟକ ପାଣ୍ଠି ମଞ୍ଜୁର କରିବାରେ ରାଜ୍ୟ ଅସୁବିଧାର ସମ୍ମୁଖୀନ ହେଉଛି। ତେଣୁ ଏ ବିଷୟକୁ ବ୍ୟକ୍ତିଗତ ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ସମୀର ରଞ୍ଜନ ଦାଶ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri