ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଟିକାକରଣ ଲାଗି ଡୋଜ୍‌ର ଅଭାବ ଦେଖାଦେଇଛି। ଏନେଇ ସେମାନେ କେନ୍ଦ୍ର ସରକାରଙ୍କ ପାଖବୁ ଚିଠି ଲେଖିଛନ୍ତି। ତେବେ କେନ୍ଦ୍ର ସରକାର ଏହାର ପାଲଟା ଜବାବରେ ଟିକାକରଣ ଅଭିଯାନ ଧୀମାଗତିରେ ଚାଲିଥିବା କହିଛନ୍ତି। ଫଳରେ ଡୋଜ୍‌ ଅଭାବକୁ ନେଇ ରାଜ୍ୟ ଏବଂ କେନ୍ଦ୍ର ମଧ୍ୟରେ ଲେଟର ଓ୍ବାର ଆରମ୍ଭ ହୋଇଛି। କେନ୍ଦ୍ର ସରକାର ଦିଲ୍ଲୀ, ପଞ୍ଜାବ, ମହାରାଷ୍ଟ୍ରର ଟିକାକରଣ ଜାତୀୟ ଅଭିଯାନ ହାରଠାରୁ କମ୍‌ ଥିବା ନିଜ ଚିଠିରେ ଉଲ୍ଲେଖ କରିଛନ୍ତି। ମହାରାଷ୍ଟ୍ରକୁ ୧,୦୬,୧୯,୧୯୦ ଡୋଜ୍‌ ଦିଆଯାଇଥିବାବେଳେ ଏଥିରୁ ୯୦,୫୩,୫୨୩ ବ୍ୟବହୃତ ହୋଇଛି। ଏଥିରେ ନଷ୍ଟ ହୋଇଥିବା ଡୋଜ୍‌କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ସେହିପରି ଦିଲ୍ଲୀକୁ କରୋନା ଟିକାର ୨୩,୭୦, ୭୧୦ ଡୋଜ୍‌ ଯୋଗାଇ ଦିଆଯାଇଥିଲା। ଇତିମଧ୍ୟରେ ୧୮,୭୦, ୬୬୨ ଡୋଜ୍‌ ବ୍ୟବହାର କରାଯାଇଛି। ଅପରପକ୍ଷରେ ପଞ୍ଜାବକୁ ଟିକାର ୨୨,୩୬,୭୭୦ ଡୋଜ୍‌ ଦିଆଯାଇଥିବାବେଳେ ସେଥିମଧ୍ୟରୁ ୧୪,୯୪,୬୬୩ ଡୋଜ୍‌ ବ୍ୟବହୃତ ହୋଇଥିବା କେନ୍ଦ୍ର ସରକାର ଚିଠିରେ ଦର୍ଶାଇଛନ୍ତି। ରାଜ୍ୟ ସରକାର କରୋନା ଟିକାକରଣ ଅଭିଯାନର ଗତିକୁ ବୃଦ୍ଧି କରିବା ଆବଶ୍ୟକ ବୋଲି କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri