ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୫।୯(ଅନିଲଦାସ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍‌ସି)ର ଅତିରିକ୍ତ କମିଶନର ଥିବା ଅନାମ ଚରଣ ପାତ୍ରଙ୍କୁ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। କଟକ ମହାନଗର ନିଗମ କମିଶନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲାପାଳ ଭାବେ ବଦଳି ପରଠୁ ଏହି ପଦବୀ ଖାଲି ପଡ଼ିଥିଲା। ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ଥିବା ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।
ସେହିପରି ବରିଷ୍ଠ ଓଏଏସ୍‌ ଅଧିକାରୀ ପ୍ରଦୀପ କୁମାର ରାଉତଙ୍କୁ ଓକାକ୍‌ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଥିବା ବେଳେ କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର, ଗୌରହରି ବେହେରାଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଏଡିଏମ୍‌ ଯଦୁମଣି ମହଲାଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଥିବା ବେଳେ କନ୍ଧମାଳ ଜିଲା ପରିଷଦର ସିଡିଓ-କମ୍‌-ଇଓ ଥିବା ରତ୍ନାକର ସାହୁଙ୍କୁ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ, ଯାଜପୁର ଜିଲା କଳିଙ୍ଗନଗରର ଏଡିଏମ୍‌ ଥିବା ଲଙ୍କେଶ୍ୱର ଅମାତଙ୍କୁ ଭଦ୍ରକ ଏଡିଏମ୍‌, ବଣାଇ ତହସିଲଦାର ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର, ମୟୂରଭଞ୍ଜ ଏଡିଏମ୍‌ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍‌ ଭାବେ ବଦଳି କରାଯାଇଛି। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଯୁଗ୍ମ ସଚିବ ଦରିଦ୍ରଭଞ୍ଜନ ଏମ୍‌.ଏମ୍‌ .ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱରସ୍ଥିତ ସିଡିଆଇ ଅଫିସରେ ଏସ୍‌ଆର୍‌ (ଜେନେରାଲ) ଦୀପ୍ତିରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।
ବାଲେଶ୍ୱର ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିରଞ୍ଜନ ବେହେରାଙ୍କୁ ଜଗତ୍‌ସିଂହପୁର ପାରାଦୀପର ଅତିରିକ୍ତ ଜିଲାପାଳ (ଏଡିଏମ୍‌) ଭାବେ ବଦଳି କରାଯାଇଥିବା ବେଳେ ପାରାଦୀପର ଅତିରିକ୍ତ ଜିଲାପାଳ ଥିବା ଲଳିତ ମୋହନ ବେହେରାଙ୍କୁ ଢେଙ୍କାନାଳ ଜିଲା ପରିଷଦର ସିଡିଓ, ଓସେପାର ଯୁଗ୍ମ ନିର୍ଦ୍ଦେଶକ ସରୋଜ କୁମାର ବେହେରାଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିକାଶ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ଅନୁଗୋଳ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଗୃହ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବା ବେଳେ ରାଇରଙ୍ଗପୁରର ପୂର୍ବତନ ସବ୍‌-କଲେକ୍ଟର ସରୋଜ କୁମାର ଦାଶଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ, କେନ୍ଦୁଝର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ ଯୁଗ୍ମ ସଚିବ, ବଣାଇର ପୂର୍ବତନ ଉପଜିଲାପାଳ ସୁରଞ୍ଜନ କୁମାର ସାହୁଙ୍କୁ ସୁନ୍ଦରଗଡ଼ ଜିଲା ପରିଷଦର ସିଡିଓ, ପୂର୍ବତନ ଶ୍ରମ ଓ ଇଏସ୍‌ଆଇ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶମ୍ଭୁନାଥ ନନ୍ଦିଙ୍କୁ କନ୍ଧମାଳ ଜିଲା ପରିଷଦର ସିଡିଓ, ଉଚ୍ଚ ଶିକ୍ଷା ବିଭାଗ ଯୁଗ୍ମ ସଚିବ ମୌସୁମୀ ନାଏକଙ୍କୁ ଓଡ଼ିଶା ଯୋଗାଣ ନିଗମ ଜିଏମ୍‌( ପ୍ରୋକ୍ୟୁରମେଣ୍ଟ), କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ଉପ ଜିଳାପାଳ ସୁକାନ୍ତ ମାଝୀଙ୍କୁ ରାୟଗଡ଼ାର ଅତିରିକ୍ତ ଜିଲାପାଳ, କେନ୍ଦୁଝରର ପୂର୍ବତନ ଅତିରିକ୍ତ ଜିଲାପାଳ (ଏଡିଏମ୍‌) ଲଳିତ ସୋରେଙ୍ଗଙ୍କୁ ଝାରସୁଗୁଡ଼ା ପିଡି (ଆର୍‌ ଆଣ୍ଡ ଆର୍‌) ଭାବେ ବଦଳି କରାଯାଇଛି।
ସେହିପରି ଢେଙ୍କାନାଳ ଉପଜିଲାପାଳ ସପନ କୁମାର ନନ୍ଦଙ୍କୁ ଯାଜପୁରର କଳିଙ୍ଗନଗର ଏଡିଏମ୍‌ ଭାବେ ବଦଳି କରାଯାଇଥିବା ବେଳେ ଓଡ଼ିଶା ଅର୍ବାନ ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡର ଏଓ ତଥା ଜାଗା ମିଶନ ଓଏସ୍‌ଡି ଥିବା ସଞ୍ଜୟ କୁମାର ରାଉତଙ୍କୁ ଓଡ଼ିଶା ଷ୍ଟେଟ୍‌ ବେଭେରେଜ୍‌ କର୍ପୋରେଶନ (ଓଏସ୍‌ବିସି)ର ମହାପ୍ରବନ୍ଧକ,ବାଲେଶ୍ୱରର ଅତିରିକ୍ତ ଉପଜିଲାପାଳ ଶୁଭଶ୍ରୀ ରଥଙ୍କୁ ନୀଳଗିରି ସବ୍‌-କଲେକ୍ଟର, ତାଳଚେରର ପୂର୍ବତନ ସବ୍‌-କଲେକ୍ଟର ମନୋଜ କୁମାର ତ୍ରିପାଠୀଙ୍କୁ ପାରଳାଖେମୁଣ୍ଡି ଆଇଟିଡିଏର ପିଏ,ବରଗଡ଼ ଜିଲା ପଦ୍ମପୁରର ପୂର୍ବତନ ସବ୍‌-କଲେକ୍ଟର ଆଲୋକ କୁମାର ପଟେଲଙ୍କୁ ବଲାଙ୍ଗୀର ସବ୍‌-କଲେକ୍ଟର ଓ ପାରଳାଖେମୁଣ୍ଡି ଆଇଟିଡିଏର ପିଏ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ବେହେରାଙ୍କୁ ଅନୁଗୋଳ ଜିଲା ଆଠମଲ୍ଲିକର ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।
ସେହିପରି କଟକ ଜିଲା ଆଠଗଡ଼ ପୂର୍ବତନ ସବ୍‌-କଲେକ୍ଟର ପ୍ରଶାନ୍ତ କୁମାର ତରାଇଙ୍କୁ ଜଗତ୍‌ସିଂହପୁର ସବ୍‌-କଲେକ୍ଟର ଭାବେ ବଦଳିି କରାଯାଇଥିବା ବେଳେ ଜୟପୁରର ସବ୍‌-କଲେକ୍ଟର ପ୍ରଭାତ କୁମାର ପରିଡ଼ାଙ୍କୁ କଳାହାଣ୍ଡି ଜିଲା ଭବାନୀପାଟଣାର ସବ୍‌-କଲେକ୍ଟର, ସମ୍ବଲପୁର ମହାନଗର ନିଗମର ଡେପୁଟି କମିଶନର ପ୍ରସନ୍ନ କୁମାର ପଣ୍ଡାଙ୍କୁ ବରଗଡ଼ ସବ୍‌-କଲେକ୍ଟର, ଜଗତ୍‌ସିଂହପୁର ଅତିରିକ୍ତ ସବ୍‌-କଲେକ୍ଟର ବିଭୁଧ ଗଡ଼ନାଏକଙ୍କୁ ଢେଙ୍କାନାଳ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଥିବା ବେଳେ ବ୍ରହ୍ମପୁର ଅତିରିକ୍ତ ସବ୍‌-କଲେକ୍ଟର ଗୌରବମୟ ପ୍ରଧାନଙ୍କୁ ସମ୍ବଲପୁର ଜିଲା କୁଚିଣ୍ଡାର ସବ୍‌-କଲେକ୍ଟର ଏବଂ ବାରିପଦା ଆଇଟିଡିଏ ପିଏ ଥିବା ପ୍ରଣୟ ରଞ୍ଜନ ବେହେରାଙ୍କୁ କେନ୍ଦୁଝର ପୌରପାଳିକାର କାର୍ଯ୍ୟନିବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?